Posted inଖେଳ

ମହିଳା ଇମର୍ଜିଂ ଏସିଆ କପ୍‌: ଭାରତ ଚାମ୍ପିୟନ

ହଂକଂ,୨୧ା୬: ହଂକଂରେ ଅନୁଷ୍ଠିତ ୨୩ ବର୍ଷରୁ କମ୍‌ ଇମର୍ଜିଂ ଏସିଆ କପ୍‌ରେ ଭାରତ ଚାମ୍ପିୟନ ହୋଇଛି। ବୁଧବାର ଖେଳା ଯାଇଥିବା ଟାଇଟଲ୍‌ ମୁକାବିଲାରେ ଭାରତ ୩୧ ରନ୍‌ରେ ବାଂଲାଦେଶକୁ ପରାସ୍ତ କରିଛି। ଭାରତୀୟ ସ୍ପିନର ଶ୍ରେୟଙ୍କା ପାଟିଲ ଏବଂ ମନ୍ନତ କଶ୍ୟପ ଚମତ୍କାର ବୋଲିଂ କରି ୭ ଉଇକେଟ ନେଇଥିଲେ। ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ଉଇକେଟ ହରାଇ ୧୨୭ ରନ୍‌ କରିଥିଲା। ଜବାବରେ ବାଂଲାଦେଶ ୧୯.୨ ଓଭରରେ ୯୬ ରନ୍‌ କରି ଅଲ୍‌ଆଉଟ ହୋଇଯାଇଥିଲା।

ଭାରତ ପକ୍ଷରୁ ବିନ୍ଦ୍ରା ଦୀନେଶ ସର୍ବାଧିକ ୩୬ ରନ୍‌ କରିଥିଲେ। ଅଧିନାୟିକା ଶ୍ୱେତା ଶେରାଓ୍ବତ(୧୩) ଓ ଉମା ଚେତ୍ରୀ(୨୨) ପ୍ରଥମ ଉଇକେଟରେ ୨୮ ରନ୍‌ ଯୋଡିଥିଲେ। ୩ ନମ୍ବରରେ ବ୍ୟାଟିଂ କରିଥିବା ବିନ୍ଦ୍ରା ୨୯ ବଲ୍‌ ଖେଳି ୫ ଚୌକା ଓ ୧ ଛକା ମାରିଥିଲେ। ଶେଷ ଆଡକୁ କନିକା ଆହୁଜା ଅପରାଜିତ ୩୦ ରନ୍‌ କରିବାରୁ ଭାରତର ସ୍କୋର ୧୨୭ରେ ପହଞ୍ଚିଥିଲା। ବାଂଲାଦେଶ ପକ୍ଷରୁ ନାହିଦା ଅକତର ଓ ସୁଲତାନା ଖାତୁନ୍‌ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ରାବେୟା ଅକତର ଓ ସଞ୍ଜିଦା ଅକତର ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।

୧୨୮ ରନ୍‌ର ପିଛା କରୁଥିବା ବାଂଲାଦେଶ ପକ୍ଷରୁ ମାତ୍ର ୩ ଜଣ ବ୍ୟାଟର ଦୁଇ ଅଙ୍କ ଛୁଇଁ ପାରିଥିଲେ। ଶାଥି ରାଣା(୧୩), ଶୋଭନା ମୋଷ୍ଟାରେ(୧୬) ଓ ନାହିଦା ଅକତର(୧୭*)ଙ୍କ ସ୍କୋର ବଳରେ ବାଂଲାଦେଶ ୯୬ ରନ୍‌ରେ ସୀମିତ ରହିଥିଲା। ମନ୍ନତ କଶ୍ୟପ ପ୍ରଥମ ଦୁଇ ଉଇକେଟ ନେଇଥିବା ବେଳେ ଶ୍ରେୟଙ୍କା ମିଡିଲ ଅର୍ଡରରେ ୪ ଉଇକେଟ ନେଇଥିଲେ। ଅଫ୍‌ ସ୍ପିନ ଜରିଆରେ ଶୋଭନା, ଲତା ମଣ୍ଡଳ, ମୁର୍ସିଦା ଖାତୁନ ଓ ରାବେୟାଙ୍କୁ ଆଉଟ କରିଥିଲେ। ବାଂଲାଦେଶ ୧୯.୨ ଓଭରରେ ୯୬ ରନରେ ସମସ୍ତ ଉଇକେଟ ହରାଇଥିଲା। ଶ୍ରେୟଙ୍କା ୪, ମନ୍ନତ ୩ ଉଇକେଟ ନେଇଥିବା ବେଳେ କନିକା ଆହୁଜା ୨ ଓ ତିତାସ ସାଧୁ ଗୋଟିଏ ଉଇକେଟ ନେଇଥିଲେ। କନିକା ଆହୁଜାଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଓ ଶ୍ରେୟଙ୍କା ପାଟିଲଙ୍କୁ ପ୍ଲେୟର ଅଫ୍‌ ଦ ସିରିଜ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri