Posted inଖେଳ

ଭାରତ ‘ଏ’-ପାକିସ୍ତାନ ‘ଏ’ ଫାଇନାଲ

କଲମ୍ବୋ, ୨୨ା୭: ଭାରତ ‘ଏ’ ଏଠାରେ ଚାଲିଥିବା ଏମର୍ଜିଂ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଏକ ସେମିଫାଇନାଲରେ ବାଂଲାଦେଶକୁ ୫୧ ରନରେ ପରାସ୍ତ କରିଛି। ଦଳ ଫାଇନାଲରେ ପାକିସ୍ତାନ ‘ଏ’ ସହ ମୁକାବିିଲା କରିବ। ଶୁକ୍ରବାର ସ୍ଥାନୀୟ ଆର୍‌. ପ୍ରେମାଦାସା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଟସହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ‘ଏ’ ୪୯.୧ ଓଭରରେ ୨୧୧ ରନ କରି ଅଲଆଉଟ ହୋଇଯାଇଥିଲା। ଦଳର ଟପ୍‌ ସ୍କୋରର ଅଧିନାୟକ ୟାଶ ଧୂଲ ୮୫ ବଲ୍‌ରେ ୬୬ ରନ କରିଥିଲେ। ୨୧୨ ରନର ବିଜୟ ଲକ୍ଷ୍ୟ ନେଇ ବାଂଲାଦେଶ ‘ଏ’ ୩୪.୨ ଓଭରରେ ସମସ୍ତ ଉଇକେଟ ହରାଇ ୧୬୦ ରନ କରିପାରିଥିଲା। ତାଞ୍ଜିଦ ହସନ ସର୍ବାଧିକ ୫୧ ଏବଂ ମହମ୍ମଦ ନଇମ ୩୮ରନ କରିଥିଲେ।
ବାଂଲାଦେଶ ବ୍ୟାଟିଂରେ ଅଙ୍କୁଶ ଲଗାଇବାରେ ଭାରତୀୟ ସ୍ପିନରମାନଙ୍କ ବିଶେଷ ଭୂମିକା ରହିଥିଲା। ବାମହାତି ସ୍ପିନର ନିଶାନ୍ତ ସିନ୍ଧୁ ମାତ୍ର ୨୦ ରନ ବିନିମୟରେ ୫ ଉଇକେଟ ଅକ୍ତିଆର କରିଥିଲେ। ମାନବ ସୂଥର ୩୨ରନ ଦେଇ ୩ ଉଇକେଟ ହାସଲ କରିଥିଲେ। ପୂର୍ବରୁ ପ୍ରଥମ ସେମିଫାଇନାଲରେ ପାକିସ୍ତାନ ‘ଏ’ ୬୦ରନରେ ଶ୍ରୀଲଙ୍କା ‘ଏ’କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିସାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?