Posted inଖେଳ

ଇଂଲଣ୍ଡ ଟୁରରେ ଯିବ ଭାରତ ଏ’ ଦଳ

ନୂଆଦିଲ୍ଲୀ,୫ା୫: ଆସନ୍ତା ୨୫ ତାରିଖରେ ଭାରତ ଏ’ ଦଳ ଇଂଲଣ୍ଡ ଟୁର କରିବାର ବିଶେଷ ସମ୍ଭାବନା ରହିଛି। ଏପର୍ଯ୍ୟନ୍ତ ଦଳ ଘୋଷଣା ହୋଇ ନ ଥିବା ବେଳେ ଅଜିତ ଅଗରକରଙ୍କ ନେତୃତ୍ୱାଧୀନ ଚୟନ କମିଟି ଚିହ୍ନଟ କରିଥିବା ଖେଳାଳିଙ୍କ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବ୍ୟବସ୍ଥା ଆରମ୍ଭ କରିଛି।

ପ୍ରାରମ୍ଭିକ ଯୋଜନା ଅନୁଯାୟୀ, ଆଇପିଏଲ୍‌ର ପ୍ଲେଅଫ୍‌ରେ ସ୍ଥାନ ପାଇ ନ ଥିବା ଭାରତ ଏ’ ଖେଳାଳିମାନେ ଏକାଠି ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବେ। ଅନ୍ୟମାନେ ଆଇପିଏଲ୍‌ ଶେଷ ହେବା ପରେ ଇଂଲଣ୍ଡରେ ପହଞ୍ଚିବେ। ବିସିସିଆଇ ପକ୍ଷରୁ ଅନେକ ଖେଳାଳିଙ୍କୁ ଯୋଗାଯୋଗ କରାଯାଇଛି। ସେମାନଙ୍କ ପାସପୋର୍ଟ ବ୍ୟବସ୍ଥା କରାଯିବା ସହ ଜର୍ସି ଆକାର ନିଆଯାଇଛି। ଭାରତ ଏ’ ଆସନ୍ତା ୩୦ ତାରିଖରୁ ଇଂଲଣ୍ଡ ଲାୟନ୍ସ ବିପକ୍ଷରେ ୩ଟି ୪ ଦିନିଆ ମ୍ୟାଚ୍‌ ଖେଳିବ। ପ୍ରଥମ ମ୍ୟାଚ୍‌ ୩୦ ତାରିଖରୁ କାଣ୍ଟରବୁରୀରେ ଖେଳାଯିବ। ଏହି ସିରିଜ୍‌ରେ ଭଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ଜୁନ ୨୦ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଲାଗି ଭାରତୀୟ ଦଳରେ ଚୟନ କରାଯିବ। ଏହି ସିରିଜ୍‌ ପାଇଁ ମୁଖ୍ୟ ଭାରତୀୟ ଦଳ ଜୁନ ପ୍ରଥମ ସପ୍ତାହରେ ଇଂଲଣ୍ଡ ଯାତ୍ରା କରିବ।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?