ଭାରତ ପାଇଁ ଖୁସି ଖବର, ୟୁଏନଡିପି ରିପୋର୍ଟ: ଭାରତରେ କମିଛି ଗରିବୀ

ଓ୍ବାଶିଂଟନ୍‌,ନୂଆଦିଲ୍ଲୀ,୧୧।୭: ଭାରତ ପାଇଁ ଖୁସି ଖବର। ଦାରିଦ୍ର୍ୟ ସୂଚକାଙ୍କରେ ଭାରତ ଏକ ବଡ ସଫଳତା ହାସଲ କରିଛି। ମଙ୍ଗଳବାର ମିଳିତ ଜାତିସଂଘ ରିପୋର୍ଟ ଅନୁଯାୟୀ, ଗତ ୧୫ ବର୍ଷ ମଧ୍ୟରେ ଭାରତରେ ପ୍ରାୟ ୪୧.୫ କୋଟି ଲୋକ ଦାରିଦ୍ର ସୀମା ରେଖାରୁୁ ବାହାରି ଆସିଛନ୍ତି।
ମିଳିତ ଜାତିସଂଘର ବିକାଶ କାର୍ଯ୍ୟକ୍ରମ (ୟୁଏନଡିପି) ଏବଂ ଅକ୍ସଫୋର୍ଡ ଦାରିଦ୍ର୍ୟ ଏବଂ ମାନବ ବିକାଶ ଉଦ୍ୟମ (ଓପିଏଚଆଇ) ମିଳିତ ଭାବେ ଏହି ରିପୋର୍ଟ ପ୍ରକାଶ କରିଛନ୍ତି।

ଏହି ରିପୋର୍ଟରେ ସୂଚିତ କରାଯାଇଛି ଯେ ଭାରତ ସମେତ ୨୫ଟି ଦେଶ ୧୫ବର୍ଷ ମଧ୍ୟରେ ଗ୍ଲୋବାଲ ମଲ୍ଟିଡାଇମେନସନାଲ ଦାରିଦ୍ର୍ୟ ସୂଚକାଙ୍କରେ ପରିବର୍ତ୍ତନ ଆଣିଛନ୍ତି। ଭାରତ ବ୍ୟତୀତ କାମ୍ବୋଡିଆ, ଚାଇନା, କଙ୍ଗୋ, ହୋଣ୍ଡୁରାସ, ଇଣ୍ଡୋନେସିଆ, ମୋରୋକୋ, ସର୍ବିଆ ଏବଂ ଭିଏତନାମ ଭଳି ଦେଶ ବହୁ ସଂଖ୍ୟାରେ ଲୋକ ଦାରିଦ୍ର୍ୟରୁ ବାହାରିଥିବାର ସୂଚନା ମିଳିଛିି।
ଭାରତର ଲୋକମାନେ କ୍ରମାଗତ ଭାବରେ ଦାରିଦ୍ର ସୀମାରୁ ବାହାରକୁ ଆସୁଛନ୍ତି। ଏନେଇ ରିପୋର୍ଟରେ ଭାରତକୁ ପ୍ରଶଂସା କରାଯାଇଛି। ଭାରତର ପ୍ରଦର୍ଶନ ଉଲ୍ଲେଖନୀୟ ବୋଲି ଦର୍ଶାଯାଇଛି। ସୂଚନା ଅନୁଯାୟୀ, ୨୦୦୫-୦୬ ମସିହାରେ ଦେଶରେ ପ୍ରାୟ ୬୪୫ ନିୟୁତ ଲୋକ ଦାରିଦ୍ର ସୀମାରେଖା ତଳେ ରହୁଥିଲେ। ଏହା ପରେ ୨୦୧୫-୧୬ରେ ଏହି ସଂଖ୍ୟା ୩୭ କୋଟିକୁ ହ୍ରାସ ପାଇଥିଲା। ୨୦୧୯-୨୧ ମଧ୍ୟରେ ଏହି ସଂଖ୍ୟା ୨୩ କୋଟିକୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri