Posted inଖେଳ

ଭାରତ-ଆଫଗାନିସ୍ତାନ ଫାଇନାଲ

ହାଙ୍ଗ୍‌ଝୋ, ୭ା୧୦ (ପି.ଟି.): ବାଂଲାଦେଶକୁ ୯ ଉଇକେଟରେ ହରାଇ ଭାରତ ଏସିଆନ ଗେମ୍ସ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛି। ଶନିବାର ଖେଳାଯିବାକୁଥିବା ସ୍ବର୍ଣ୍ଣ ପଦକ ମୁକାବିଲାରେ ଦଳ ଆଫଗାନିସ୍ତାନକୁ ଭେଟିବ। ଆଫଗାନିସ୍ତାନ ଅନ୍ୟ ସେମିଫାଇନାଲରେ ୪ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ଟାଇଟଲ ଫେଭରାଇଟ୍‌ ଭାରତର ଅଧିନାୟକ ଋତୁରାଜ ଗାଏକ୍ୱାଡ୍‌ ଟସ୍‌ ଜିତ ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ଭାରତୀୟ ବୋଲରମାନେ ଶୃଙ୍ଖଳିତ ବୋଲିଂ କରି ବାଂଲାଦେଶକୁ ୯୬/୯ ସ୍କୋରରେ ସୀମିତ କରିଦେଇଥିଲେ। ସହଜ ବିଜୟ ଲକ୍ଷ୍ୟକୁ ଭାରତ ମାତ୍ର ୯.୨ ଓଭରରେ ହାସଲ କରିନେଇଥିଲା। ପ୍ରତିଭାସମ୍ପନ୍ନ ବ୍ୟାଟର ଯଶସ୍ବୀ ଜୟସ୍ବାଲ ପ୍ରଥମ ଓଭରରେ କୌଣସି ରନ ନ କରି ଆଉଟ ହୋଇଯାଇଥିଲେ। ଏହି ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଅଧିନାୟକ ଗାଏକ୍ୱାଡ (୨୬ ବଲ୍‌ରୁ ୪୦*ରନ; ୪x୪, ୩x୬) ଏବଂ ତିଳକ ବର୍ମା (୨୬ବଲ୍‌ରୁ ୫୫* ରନ; ୨x୪, ୬x୬) ୬୪ ବଲ୍‌ବାକି ଥାଇ ଭାରତକୁ ବିଜୟୀ କରାଇଥିଲେ। ଉଦୀୟମାନ ଅଲରାଉଣ୍ଡର ବର୍ମା ୨୫ ବଲ୍‌ରୁ ତାଙ୍କ ଅର୍ଦ୍ଧଶତକ ହାସଲ କରିଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶର ଇନିଂସରେ ପରଭେଜ ହୋସେନ ଇମନ ୨୩, ଜାକର ଅଲି ୨୪* ଏବଂ ରକିବୁଲ ହସନ ୧୪ ରନ କରିପାରିଥିଲେ। ଭାରତର ସବୁଠାରୁ ସଫଳ ବୋଲର ଭାବେ ସାଇ କିଶୋର ତାଙ୍କ ୪ ଓଭର ବୋଲିଂରେ ମାତ୍ର ୧୨ ରନ ଦେଇ ୩ ଉଇକେଟ ଅକ୍ତିଆର କରିଥିଲେ। ଓ୍ବାଶିଂଟନ ସୁନ୍ଦର ତାଙ୍କ ଫୁଲ୍‌ କୋଟା ଓଭରରେ ୧୫ ରନ ଦେଇ ୨ ଉଇକେଟ ନେଇଥିବା ବେଳେ ଅର୍ଶଦୀପ ସିଂ, ତିଳକ ବର୍ମା, ରବି ବିଷ୍ନୋଇ ଓ ଶାହବାଜ ଅହମଦ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ବାଂଲାଦେଶ ୨୦ ଓଭରରେ ୯୬/୯ (ଜାକର ଅଲି-୨୪*, ପରଭେଜ ହୋସେନ ଇମନ-୨୩; ସାଇ କିଶୋର-୩/୧୨, ଓ୍ବାଶିଂଟନ ସୁନ୍ଦର-୨/୧୫)। ଭାରତ ୯.୨ ଓଭରରେ ୯୭/୧ (ତିଳକ ବର୍ମା-୫୫*, ଋତୁରାଜ ଗାଏକ୍ୱାଡ-୪୦*)।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?