Posted inTrending, ଖେଳ

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା ବେଳେ ଆରମ୍ଭ ହେବ ମୁକାବିଲା । ଶ୍ରେୟସ ଆୟରଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଭାରତୀୟ ଦଳ । ତେବେ ପ୍ରଥମ ଟି-୨୦ରେ ଭାରତର ପ୍ଲେଇଂ ଇଲେଭେନ୍‌ କିଭଳି ରହିବ ସେ ନେଇ ଚର୍ଚ୍ଚା ଜୋର ଧରିଛି । ଦଳରେ ଅନେକ ଯୁବ ଓ ଅଭିଜ୍ଞ ଖେଳାଳି ଥିବାରୁ ଅନ୍ତିମ ଏକାଦଶ ବାଛିବା ଅଧିନାୟକ ଓ ଟିମ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇପାରେ ।

ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ ଟି-୨୦ରେ ଓପନିଂ କରିବାର ସୁଯୋଗ ମିଳିପାରେ । ଯୁବ ବ୍ୟାଟରଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦଳକୁ ପାୱାରପ୍ଲେରେ ଦ୍ରୁତ ରନ୍ ଦେଇପାରେ । ତାଙ୍କ ସହ ସଞ୍ଜୁ ସାମସନ ଓପନିଂ କରିବାର ସମ୍ଭାବନା ରହିଛି । କିନ୍ତୁ ସଞ୍ଜୁ ସାମସନଙ୍କୁ ଯଦି ସୁଯୋଗ ମିଳେ ତେବେ ବୈଭବଙ୍କୁ ବାହାରେ ବସିବାକୁ ପଡିପାରେ । ସଞ୍ଜୁ ସାମସନଙ୍କ ଅଭିଜ୍ଞତା ଭାରତର ଟପ୍ ଅର୍ଡର ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ । ତାଙ୍କୁ ଓପନର ଭାବେ ଖେଳାଇବା ସହ ୱିକେଟ କିପିଂ ଦାୟିତ୍ୱ ମଧ୍ୟ ଦିଆଯାଇପାରେ । ଅଭିଷେକ ଶର୍ମାଙ୍କୁ ମଧ୍ୟ ଏକାଦଶରେ ସ୍ଥାନ ମିଳିବାର ସମ୍ଭାବନା ରହିଛି ।

ଶ୍ରେୟସ ଆୟର ଦଳର ନେତୃତ୍ୱ ନେବା ସହ ମିଡିଲ୍ ଅର୍ଡରରେ ବ୍ୟାଟିଂ କରିପାରନ୍ତି । ତିଲକ ବର୍ମା ମଧ୍ୟ ମିଡିଲ୍ ଅର୍ଡରରେ ଦଳକୁ ମଜବୁତ କରିବେ । ଏହି ଦୁଇ ଖେଳାଳିଙ୍କ ଉପରେ ମିଡିଲ୍ ଓଭରରେ ରନ୍ ସଂଗ୍ରହ କରିବାର ଦାୟିତ୍ୱ ରହିପାରେ । ଶିବମ ଦୁବେଙ୍କୁ ଅଲରାଉଣ୍ଡର ଭୂମିକାରେ ସୁଯୋଗ ମିଳିପାରେ । ତାଙ୍କ ବଡ଼ ଶଟ୍ ଖେଳିବାର କ୍ଷମତା ଡେଥ୍ ଓଭରରେ ଭାରତ ପାଇଁ ଉପଯୋଗୀ ହୋଇପାରେ । ଅକ୍ଷର ପଟେଲ ମଧ୍ୟ ବ୍ୟାଟିଂ ଓ ବୋଲିଂ ଦୁଇ ବିଭାଗରେ ଗୁରୁତ୍ୱପୂର୍ଣ୍ଣ ରହିବେ।

ସ୍ପିନ୍ ବିଭାଗରେ ବରୁଣ ଚକ୍ରବର୍ତ୍ତୀଙ୍କୁ ଖେଳାଯାଇପାରେ । ଆଫଗାନିସ୍ତାନର ମିଡିଲ୍ ଅର୍ଡର ବିପକ୍ଷରେ ତାଙ୍କ ଭାରିଏସନ୍ ଭାରତକୁ ଫାଇଦା ଦେବ । ପେସ୍ ବିଭାଗରେ ଅର୍ଶଦୀପ ସିଂହଙ୍କ ସହ ହର୍ଷିତ ରାଣାଙ୍କୁ ସୁଯୋଗ ମିଳିବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ Playing XI: ବୈଭବ ସୂର୍ଯ୍ୟବଂଶୀ, ସଞ୍ଜୁ ସାମସନ, ଅଭିଷେକ ଶର୍ମା, ଶ୍ରେୟସ ଆୟର (କ୍ୟାପ୍ଟେନ୍), ତିଲକ ବର୍ମା, ଇଶାନ କିଶନ, ଶିବମ ଦୁବେ, ଅକ୍ଷର ପଟେଲ, ବରୁଣ ଚକ୍ରବର୍ତ୍ତୀ, ଅର୍ଶଦୀପ ସିଂହ ଏବଂ ଜସପ୍ରୀତ ବୁମରାହ

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?