Posted inTrending, ଖେଳ

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା ବେଳେ ଆରମ୍ଭ ହେବ ମୁକାବିଲା । ଶ୍ରେୟସ ଆୟରଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଭାରତୀୟ ଦଳ । ତେବେ ପ୍ରଥମ ଟି-୨୦ରେ ଭାରତର ପ୍ଲେଇଂ ଇଲେଭେନ୍‌ କିଭଳି ରହିବ ସେ ନେଇ ଚର୍ଚ୍ଚା ଜୋର ଧରିଛି । ଦଳରେ ଅନେକ ଯୁବ ଓ ଅଭିଜ୍ଞ ଖେଳାଳି ଥିବାରୁ ଅନ୍ତିମ ଏକାଦଶ ବାଛିବା ଅଧିନାୟକ ଓ ଟିମ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇପାରେ ।

ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ ଟି-୨୦ରେ ଓପନିଂ କରିବାର ସୁଯୋଗ ମିଳିପାରେ । ଯୁବ ବ୍ୟାଟରଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦଳକୁ ପାୱାରପ୍ଲେରେ ଦ୍ରୁତ ରନ୍ ଦେଇପାରେ । ତାଙ୍କ ସହ ସଞ୍ଜୁ ସାମସନ ଓପନିଂ କରିବାର ସମ୍ଭାବନା ରହିଛି । କିନ୍ତୁ ସଞ୍ଜୁ ସାମସନଙ୍କୁ ଯଦି ସୁଯୋଗ ମିଳେ ତେବେ ବୈଭବଙ୍କୁ ବାହାରେ ବସିବାକୁ ପଡିପାରେ । ସଞ୍ଜୁ ସାମସନଙ୍କ ଅଭିଜ୍ଞତା ଭାରତର ଟପ୍ ଅର୍ଡର ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ । ତାଙ୍କୁ ଓପନର ଭାବେ ଖେଳାଇବା ସହ ୱିକେଟ କିପିଂ ଦାୟିତ୍ୱ ମଧ୍ୟ ଦିଆଯାଇପାରେ । ଅଭିଷେକ ଶର୍ମାଙ୍କୁ ମଧ୍ୟ ଏକାଦଶରେ ସ୍ଥାନ ମିଳିବାର ସମ୍ଭାବନା ରହିଛି ।

ଶ୍ରେୟସ ଆୟର ଦଳର ନେତୃତ୍ୱ ନେବା ସହ ମିଡିଲ୍ ଅର୍ଡରରେ ବ୍ୟାଟିଂ କରିପାରନ୍ତି । ତିଲକ ବର୍ମା ମଧ୍ୟ ମିଡିଲ୍ ଅର୍ଡରରେ ଦଳକୁ ମଜବୁତ କରିବେ । ଏହି ଦୁଇ ଖେଳାଳିଙ୍କ ଉପରେ ମିଡିଲ୍ ଓଭରରେ ରନ୍ ସଂଗ୍ରହ କରିବାର ଦାୟିତ୍ୱ ରହିପାରେ । ଶିବମ ଦୁବେଙ୍କୁ ଅଲରାଉଣ୍ଡର ଭୂମିକାରେ ସୁଯୋଗ ମିଳିପାରେ । ତାଙ୍କ ବଡ଼ ଶଟ୍ ଖେଳିବାର କ୍ଷମତା ଡେଥ୍ ଓଭରରେ ଭାରତ ପାଇଁ ଉପଯୋଗୀ ହୋଇପାରେ । ଅକ୍ଷର ପଟେଲ ମଧ୍ୟ ବ୍ୟାଟିଂ ଓ ବୋଲିଂ ଦୁଇ ବିଭାଗରେ ଗୁରୁତ୍ୱପୂର୍ଣ୍ଣ ରହିବେ।

ସ୍ପିନ୍ ବିଭାଗରେ ବରୁଣ ଚକ୍ରବର୍ତ୍ତୀଙ୍କୁ ଖେଳାଯାଇପାରେ । ଆଫଗାନିସ୍ତାନର ମିଡିଲ୍ ଅର୍ଡର ବିପକ୍ଷରେ ତାଙ୍କ ଭାରିଏସନ୍ ଭାରତକୁ ଫାଇଦା ଦେବ । ପେସ୍ ବିଭାଗରେ ଅର୍ଶଦୀପ ସିଂହଙ୍କ ସହ ହର୍ଷିତ ରାଣାଙ୍କୁ ସୁଯୋଗ ମିଳିବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ Playing XI: ବୈଭବ ସୂର୍ଯ୍ୟବଂଶୀ, ସଞ୍ଜୁ ସାମସନ, ଅଭିଷେକ ଶର୍ମା, ଶ୍ରେୟସ ଆୟର (କ୍ୟାପ୍ଟେନ୍), ତିଲକ ବର୍ମା, ଇଶାନ କିଶନ, ଶିବମ ଦୁବେ, ଅକ୍ଷର ପଟେଲ, ବରୁଣ ଚକ୍ରବର୍ତ୍ତୀ, ଅର୍ଶଦୀପ ସିଂହ ଏବଂ ଜସପ୍ରୀତ ବୁମରାହ

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?