Posted inଖେଳ

ଦ୍ୱିତୀୟ ମ୍ୟାଚ୍‌ ବିଜୟ ଲକ୍ଷ୍ୟରେ ଭାରତ

ଡବ୍‌ଲିନ୍‌,୧୭ା୮: ଆୟର୍ଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ରବିବାର ଦ୍ୱିତୀୟ ମ୍ୟାଚ୍‌ ଡବଲିନ୍‌ ଦ ଭିଲେଜ୍‌ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଜିତି ଭାରତ ସିରିଜ୍‌ ବିଜୟୀ ହେବାକୁ ପୟାସ କରିବ। ପ୍ରଥମ ମ୍ୟାଚରେ ଭାରତ ପ୍ରଭାବୀ ବୋଲିଂ କରିଥିଲା। ଫଳରେ ଆୟର୍ଲାଣ୍ଡ ୭ ଉଇକେଟ ହରାଇ ୧୩୯ ରନ୍‌ ସ୍କୋର କରିଥିବା ବେଳେ ଭାରତ ୨ ଉଇକେଟ ହରାଇ ୪୭ ରନ୍‌ କରିଥିଲା। ବର୍ଷା ଯୋଗୁ ଡର୍କଓ୍ବର୍ଥ ଲୁଇସ୍‌ ନିୟମ ଅନୁସାରେ ଭାରତ ମ୍ୟାଚ୍‌କୁ ୨ ରନ୍‌ରେ ବିଜୟୀ ହୋଇଥିଲା।

୧୩ ମାସ ପରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ଯଶପ୍ରୀତ୍‌ ବୁମ୍‌ରା ଚମତ୍କାର ବୋଲିଂ କରି ଆରମ୍ଭରୁ ଦୁଇ ଉଇକେଟ ନେଇଥିଲେ। ଏପରିକି ପଦାର୍ପଣକାରୀ ପ୍ରସିଦ୍ଧ କ୍ରିଷ୍ଣା ମଧ୍ୟ ଚମତ୍କାର ବୋଲିଂ କରି ଦୁଇଟି ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ଲେଗ୍‌ ସ୍ପିନର ରବି ବିଷ୍ଣୋ ମଧ୍ୟ ଦୁଇଟି ସଫଳତା ହାସଲ କରିଥିଲେ। ଅଧିନାୟକ ଯଶପ୍ରୀତ୍‌ ବୁମ୍‌ରା ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ।

ଦ୍ୱିତୀୟ ଟି-୨୦ରେ ଭାରତ ଟସ୍‌ ଜିତିଲେ ବୋଲିଂ ନିଷ୍ପତ୍ତି ନେବ ବୋଲି ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ରବି ବିଷ୍ଣୋଇ। ଅନ୍ୟପକ୍ଷେ ଆୟର୍ଲାଣ୍ଡ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରୟାସ କରିବ। ପ୍ରଥମ ମ୍ୟାଚରେ ଆୟର୍ଲାଣ୍ଡର ଟପ୍‌ ଅର୍ଡର ବିଫଳ ହୋଇଥିବା ବେଳେ ବରିଷ୍ଠ ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବାକୁ ପଡିବ। ଅଗାମୀ ଏସିଆ କପ୍‌ ତଥା ଦିନିକିଆ ବିଶ୍ୱକପ ପାଇଁ ଏହା ଭାରତର ପ୍ରସ୍ତୁତି ସିରିଜ୍‌ ହୋଇଥିବା ବେଳେ ସମସ୍ତଙ୍କ ନଜର ଏହି ସିରିଜ୍‌ ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?