Posted inଖେଳ

ଆଜି ଦ୍ୱିତୀୟ ଦିନିକିଆ: ସିରିଜ୍‌ ଜିତିବା ଲକ୍ଷ୍ୟରେ ଭାରତ

ହରାରେ,୨୦।୮: ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ଶନିବାର ଖେଳାଯିବ। ୩ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଦିନିକିଆରେ ଭାରତ ୧୦ ଉଇକେଟରେ ବିଜୟୀ ହୋଇଥିବାରୁ ଆଗାମୀ ମ୍ୟାଚ ଜିତି ସିରିଜ୍‌ ବିଜୟ ଲକ୍ଷ୍ୟରେ ରହିଛି। ଏହାଛଡ଼ା ଅଧିନାୟକ ଲୋକେଶ ରାହୁଲ ବ୍ୟାଟିଂ ସୁଯୋଗ ପାଇବା ମଧ୍ୟ ଦଳର ଅନ୍ୟତମ ଲକ୍ଷ୍ୟ ରହିବ। କାରଣ ପ୍ରଥମ ଦିନିକିଆରେ ଶିଖର ଧାଓ୍ବନ ଓ ଶୁବମନ ଗିଲ୍‌ ଅପରାଜିତ ରହି ଦଳକୁ ଜିତାଇଥିବାରୁ ଆହତ ସମସ୍ୟାରୁ ଫେରିଥିବା ରାହୁଲ ବ୍ୟାଟିଂ ସୁଯୋଗ ପାଇ ନ ଥିଲେ। ତେଣୁ ଟସ୍‌ ଜିତିଲେ ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ପସନ୍ଦ କରିବ।

ପ୍ରଥମ ଦିନିକିଆକୁ ଭାରତ ସହଜରେ ଜିତିଥିଲେ ହେଁ ଆଗାମୀ ମ୍ୟାଚରେ ଜିମ୍ବାଓ୍ବେ ଚ୍ୟାଲେଞ୍ଜ ଦେବ ବୋଲି ଆଶା କରାଯାଉଛି। ବାଉନ୍ସି ଟ୍ରାକ୍‌ ଏବଂ ଦ୍ରୁତ ବୋଲରଙ୍କୁ ସୁହାଉଥିବା ପିଚ୍‌ରେ ରାହୁଲ ଏବଂ ଅନ୍ୟ ଭାରତୀୟ ବ୍ୟାଟର ପରୀକ୍ଷାର ସମ୍ମୁଖୀନ ହେବେ। ପୂର୍ବ ମ୍ୟାଚରେ ଭାରତର ଦୀପକ ଚହର ନିଜ ବୋଲିଂ ଅବସରରେ ଏହା ପ୍ରମାଣିତ କରିଛନ୍ତି।

ଏହି ସିରିଜ ପାଇଁ ମୁଖ୍ୟ କୋଚ୍‌ ଦାୟିତ୍ୱ ତୁଲାଉଥିବା ଭିଭିଏସ୍‌ ଲକ୍ଷ୍ମଣଙ୍କ ପାଇଁ ସିରିଜ ଜିତିବା ସହ ପରୀକ୍ଷା ନିରୀକ୍ଷା ଅଧିକ ଗୁରୁତ୍ୱପୂର୍ଣ୍ଣ। ତେଣୁ ଭାରତ ସିରିଜ ଜିତିଲେ ସେ ରିଜର୍ଭ ଖେଳାଳିଙ୍କୁ ସୁଯୋଗ ଦେବାକୁ ସମୟ ପାଇବେ। ଏ କ୍ଷେତ୍ରରେ ଇଶାନ କିଷନ ଓ ଲୋକେଶ ରାହୁଲଙ୍କ ବାମ-ଡାହାଣ କମ୍ବିଶେନକୁ ପରୀକ୍ଷା କରାଯାଇ ପାରିବ। ଦୀପକ ଚହର ଗୋଟିଏ ସ୍ପେଲ୍‌ରେ ୭ ଓଭର ବୋଲିଂ କରିବା ଅର୍ଥ ସେ ନିଜର କାର୍ଯ୍ୟଭାର ଶକ୍ତିକୁ ବଢ଼ାଇ ପାରିଥିବା ସୂଚନା ଦେଇଛନ୍ତି। ସକାଳ ପରିବେଶରେ ବ୍ୟାଟିଂ ଏବଂ ଅପରାହ୍ନ ସେସନରେ ବୋଲିଂ ମଧ୍ୟ ଭାରତୀୟ ଦଳ ପାଇଁ ଚ୍ୟାଲେଞ୍ଜ ସଦୃଶ ହେବ। ମ୍ୟାଚ ମଧ୍ୟାହ୍ନ ୧୨.୪୫ରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri