Posted inଖେଳ

ଭାରତ ୧୮୯ ରନରେ ଅଲ୍‌ଆଉଟ୍‌: ରାହୁଲଙ୍କୁ ଛାଡ଼ି ସମସ୍ତେ ଫ୍ଲପ୍‌

କୋଲକାତା,୧୫।୧୧:ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ପ୍ରଥମ ଇନିଂସ ଶେଷ ହୋଇଛି। ପ୍ରଥମ ଇନିଂସରେ ଭାରତ ୧୮୯ ରନ କରିଛନ୍ତି। ଫଳରେ ଟିମ୍‌ଇଣ୍ଡିଆ ଦକ୍ଷିଣ ଆଫ୍ରିକା ଉପରେ ୩୦ ରନର ସାମାନ୍ୟ ଅଗ୍ରଣୀ ନେଇଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ବ୍ୟାଟିଂ କରୁଥିବା ସମୟରେ ଆହତ ହୋଇ ରିଟାୟାର୍ଡ ହର୍ଟ ହୋଇଥିଲେ। ସେ ଆଉ ବ୍ୟାଟିଂ କରିପାରି ନ ଥିଲେ, ଫଳରେ ଭାରତର ପ୍ରଥମ ଇନିଂସ ନଅ ଉଇକେଟ ହରାଇ ଶେଷ ହୋଇଥିଲା। ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୧୫୯ ରନ କରିଥିଲା।

ଭାରତ ପକ୍ଷରୁ କେଏଲ ରାହୁଲ ସର୍ବାଧିକ ୩୯ ରନ କରିଥିଲେ। ୱାଶିଂଟନ ସୁନ୍ଦର ୨୯ ରନ କରିଥିଲେ। ରାହୁଲ ଏବଂ ୱାଶିଂଟନ ଦ୍ୱିତୀୟ ଉଇକେଟ ପାଇଁ ଅର୍ଦ୍ଧଶତକୀୟ ଭାଗୀଦାରି କରିଥିଲେ। ଭାରତ ପକ୍ଷରୁ ରିଷଭ ପନ୍ତ ୨୭, ରବିନ୍ଦ୍ର ଜାଡେଜା ୨୭, ଅକ୍ଷର ପଟେଲ ୧୪, ଧ୍ରୁବ ଜୁରେଲ ୧୪, ଯଶସ୍ବୀ ଜୟସ୍ବାଲ ୧୨, କୁଲଦୀପ ଯାଦବ ୧, ମହମ୍ମଦ ସିରାଜ ୧, ଏବଂ ଜସପ୍ରୀତ ବୁମରା ଅପରାଜିତ ୧ ରନ କରିଥିଲେ। ଗିଲ ଚାରି ରନ କରିବା ପରେ ରିଟାୟାର୍ଡ ହର୍ଟ ହୋଇଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ସାଇମନ ହାମର୍ର୍‌ ଚାରି ଉଇକେଟ ନେଇଥିଲେ। ମାର୍କୋ ଜାନସେନ ୩ଟି ଉଇକେଟ ନେଇଥିଲେ। କେଶବ ମହାରାଜ ଏବଂ କର୍ବିନ ଓ୍ବାଶ ପ୍ରତ୍ୟେକ ଗୋଟିଏ ଉଇକେଟ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri