Posted inଜାତୀୟ

ଆଜି ଇଣ୍ଡିଆ ମେଣ୍ଟର ପ୍ରଥମ ସମନ୍ବୟ କମିଟି ବୈଠକ, ୨୦୨୪କୁ ନେଇ ହୋଇପାରେ ସିଟ୍‌ ଭାଗବଣ୍ଟା

ନୂଆଦିଲ୍ଲୀ,୧୩।୯: ୨୦୨୪ ନିର୍ବାଚନ ରଣନୀତିକୁ ନେଇ ବିରୋଧୀ ଇ.ଣ୍ଡି.ଆ ମେଣ୍ଟ ଅଣ୍ଟା ଭିଡିଲାଣି। ମେଣ୍ଟର ପ୍ରଥମ ସମନ୍ବୟ କମିଟି ବୈଠକ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକ ଏନସିପି ନେତା ଶରଦ ପାଓ୍ବାରଙ୍କ ବାସଭବନରେ ବୁଧବାର ଅପରାହ୍ନ ୪ଟାରୁ ଆରମ୍ଭ ହେବ। ତେବେ ଏହି ବୈଠକରେ ସିଟ୍‌ ଭାଗବଣ୍ଟାକୁ ନେଇ ଆଲୋଚନା କରାଯିବ ସହ ମେଣ୍ଟର ସହଯୋଗୀ ଦଳ ମଧ୍ୟରେ ରାଜ୍ୟ ଚୁକ୍ତିନାମା ନେଇ ସମୟ ସୀମା ଧାର୍ଯ୍ୟ କରାଯିବ ବୋଲି ଆଶା କରାଯାଉଛି।

ଏକ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ସିପିଆଇଏମ ଏପର୍ଯ୍ୟନ୍ତ କମିଟି ପାଇଁ କୌଣସି ସଦସ୍ୟଙ୍କୁ ମନୋନୀତ କରିନାହିଁ। ଏଥିସହ ଦଳ ବୈଠକରେ ଅନୁପସ୍ଥିତ ରହିବ। ସିପିଆଇଏମକୁ କିଏ ପ୍ରତିନିଧିତ୍ୱ କରିବ ସେନେଇ ସେପ୍ଟେମ୍ବର ୧୬-୧୭ରେ ହେବାକୁ ଥିବା ପଲିଟି ବ୍ୟୁରୋ ବୈଠକରେ ନିଷ୍ପତ୍ତି ନିଆଯିବ। ସେହିପରି ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ମଧ୍ୟ ଏହି ବୈଠକରେ ଯୋଗଦେବେ ନାହିଁ। କାରଣ ସ୍କୁଲ ଚାକିରି ଦୁର୍ନୀତି ମାମଲାରେ ଇଡି ତାଙ୍କୁ ହାଜର ହେବାକୁ ସମନ ଜାରି କରିଛି। ଏହି ବୈଠକରେ କଂଗ୍ରେସ, ଡିଏମକେ, ଜେଏମଏମ, ଶିବସେନା (ଉଦ୍ଧବ ଗୋଷ୍ଠୀ), ଆରଜେଡି, ଏଏପି, ଏସପି, ଜେଡିୟୁ, ପିଡିପି, ସିପିଏମ ଇତ୍ୟାଦି ଦଳ ଅଂଶଗ୍ରହଣ କରିବେ। ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁଯାୟୀ, ପୂର୍ବ ନିର୍ବାଚନରେ ଦଳର ପ୍ରଦର୍ଶନ ଉପରେ ଆଧାର କରି ସିଟ ଭାଗବଣ୍ଟା ହେବ। ଯେଉଁ ରାଜ୍ୟଗୁଡିକରେ ଯେଉଁ ଦଳ ମଜବୁତ ଅଛି ସେହି ଅନୁସାରେ ସେହି ଦଳ ସେଠାରେ ନିର୍ବାଚନ ଲଢିବ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?