Posted inଜାତୀୟ

ଆସନ ବଣ୍ଟନକୁ ନେଇ ଇଣ୍ଡିଆ ମେଣ୍ଟରେ ମିଳିନି ସହମତି, ୫ ରାଜ୍ୟ ନିର୍ବାଚନ ପରେ ହେବ ଚୂଡାନ୍ତ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୯: ୨୦୨୪ ଲୋକ ସଭା ନିର୍ବାଚନରେ ଏକାଠି ପ୍ରତିଦ୍ୱନ୍ଦ୍ୱିତା କରିବାକୁ ବିରୋଧୀ ଇଣ୍ଡିଆ ମେଣ୍ଟ ଗଠନ କରିଛନ୍ତି। ହେଲେ ଇଣ୍ଡିଆ ମେଣ୍ଟରେ ଆସନ ବଣ୍ଟନକୁ ନେଇ କୌଣସି ସହମତି ହୋଇପାରିନାହିଁ। ସୂତ୍ରରୁ ପ୍ରକାଶ ଯେ ୫ ରାଜ୍ୟ ବିଧାନସଭା ନିର୍ବାଚନ ପରେ ସିଟ୍‌ ବଣ୍ଟନ ଉପରେ ନିଷ୍ପତ୍ତି ନିଆଯିବ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ଦେଇଥିବା ଫର୍ମୁଲା ଉପରେ କୌଣସି ଆଲୋଚନା ହୋଇନାହିଁ। କେଜ୍‌ରିଓ୍ବାଲ ୩୧ ସେପ୍ଟେମ୍ବର ସୁଦ୍ଧା ସିଟ ବାଣ୍ଟିବାକୁ ଚାହୁଁଥିଲେ।

ଯଦିଓ ବିରୋଧୀ ଦଳ ଏକ ମେଣ୍ଟରେ ଏକାଠି ହୋଇଛନ୍ତି , କିନ୍ତୁ ସେମାନଙ୍କ ପାଇଁ ସବୁଠାରୁ ବଡ ଆହ୍ବାନ ହେଉଛି ସିଟ ବଣ୍ଟନ। ସର୍ବାଧିକ ଆସନ ପାଇବା ପାଇଁ ପ୍ରତ୍ୟେକ ଦଳର କେବଳ ଗୋଟିଏ ଇଚ୍ଛା ଅଛି। ଏହି ମେଣ୍ଟର ନେତୃତ୍ୱ ନେବାକୁ କଂଗ୍ରେସ ଯୋଜନା କରିଛି। ଯେଉଁଠାରେ ତାଙ୍କ ସରକାର କ୍ଷମତାରେ ଅଛନ୍ତି ସେହି ରାଜ୍ୟଗୁଡିକରେ ଅଧିକ ଆସନ ଦେବାକୁ କଂଗ୍ରେସ ଇଚ୍ଛୁକ ମନେ ହେଉନାହିଁ। ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ପରେ ହିଁ ଆସନ ବଣ୍ଟନ ବିଷୟରେ ଆଲୋଚନା ହେବ ବୋଲି କଂଗ୍ରେସ ପୂର୍ବରୁ ସୂଚିତ କରିଥିଲା। ସୂଚନାଯୋଗ୍ୟ, ଚଳିତ ବର୍ଷ ଶେଷ ସୁଦ୍ଧା ଦେଶର ୫ଟି ରାଜ୍ୟ ମିଜୋରାମ, ଛତିଶଗଡ, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri