Posted inଖେଳ

ଜାନୁୟାରୀ ୪ ର୍ପୂବରୁ ଭାରତ ଓ ଅଷ୍ଟ୍ରେଲିଆ ଦଳ ସିଡ୍‌ନୀ ଯିବେନି: ହୋକ୍‌ଲି

ମେଲବୋର୍ନ,୩୧।୧୨ (ପି.ଟି.): ଜାନୁୟାରୀ ୪ ତାରିଖ ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆ କ୍ରିକେଟ ଦଳ ସିଡ୍‌ନୀ ଗସ୍ତ କରିବେ ନାହିଁ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମୁଖ୍ୟ କାର୍ଯ୍ୟନିର୍ବାହୀ ନିକ୍‌ ହୋକ୍‌ଲି କହିଛନ୍ତି। ଦୁଇ ଦଳ ଆଉ କିଛିଦିନ ମେଲବୋର୍ନରେ ଟ୍ରେନିଂ ଜାରି ରଖିବେ। ତୃତୀୟ ଟେଷ୍ଟ ମ୍ୟାଚ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଜାନୁୟାରୀ ୭ ତାରିଖରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ତୃତୀୟ ଟେଷ୍ଟ ଖେଳିବା ପାଇଁ ଦୁଇ ଦଳ ମ୍ୟାଚ ଆରମ୍ଭ ହେବାର ଠିକ୍‌ ୩ ଦିନ ପୂର୍ବରୁ ସିଡ୍‌ନୀ ଯାତ୍ରା କରିବେ।
ନୂଆବର୍ଷ ପୂର୍ବରୁ ଦୁଇଦଳ ସିଡ୍‌ନୀରେ ପହଞ୍ଚିବାର କାର୍ଯ୍ୟକ୍ରମ ଥିଲା। ତେବେ ସିଡ୍‌ନୀରେ କରୋନ ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ଫଳରେ ଦୁଇ ଦଳର ଖେଳାଳି, ଅଫିସିଆଲମାନେ ମେଲବୋର୍ନରେ ଆଉ କିଛିଦିନ ରହିବେ ବୋଲି ନିଷ୍ପତ୍ତି ନିଆଯାଇଛି। ଗତ ରାତିରେ ସିଡ୍‌ନୀ ଯିବାକୁ ଆମେ ଘୋଷଣ କରିଥିଲୁ। କିନ୍ତୁ ନିରପତ୍ତା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମରେ ପରିବର୍ତ୍ତନ ଆଣିଥିଲୁ। ମେଲବୋର୍ନରେ ଆଉ କିଛିଦିନ ଖେଳାଳିମାନେ ରହିବା ସହ ଟ୍ରେନିଂ ଜାରି ରଖିବେ ଓ ୩ ଦିନ ପୂର୍ବରୁ ମ୍ୟାଚ ଖେଳିବାକୁ ସିଡ୍‌ନୀ ଯାତ୍ରା କରିବେ ବୋଲି ହୋକ୍‌ଲି କହିଛନ୍ତି।
ମଙ୍ଗଳବାର ସିଏ ସିଡ୍‌ନୀରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସିଡ୍‌ନୀରେ ତୃତୀୟ ଟେଷ୍ଟ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ କୋଭିଡ୍‌-୧୯ କାରଣରୁ ମେଲବୋର୍ନରେ ତୃତୀୟ ଟେଷ୍ଟ ଆୟୋଜନ ହେବା ନେଇ ଚାଲିଥିବା ଚର୍ଚ୍ଚା ତଥା ଅନୁମାନର ପୂର୍ଣ୍ଣଚ୍ଛେଦ ପଡିଛି। କରୋନା ସଂକ୍ରମଣ କାରଣରୁ ସିଡ୍‌ନୀ କଟକଣା କଡ଼ା କରାଯାଇଛି। ବ୍ରୋଡକାଷ୍ଟରମାନେ କିପର ସୁରକ୍ଷିତ ଭାବେ ବ୍ରିସ୍‌ବେନ ଯିବେ ସେ ନେଇ ବ୍ୟବସ୍ଥା କରାଯାଇଛି। ସିଡ୍‌ନୀରେ ମଧ୍ୟ ଜୈବ ସୁରକ୍ଷିତ ପରିବେଶ ସୃଷ୍ଟି କରଯାଇଛି ବୋଲି ହୋକ୍‌ଲି କହିଛନ୍ତି। ଉଲ୍ଲେଖଥାଉ କି, ୪ ମ୍ୟାଚବିଶିଷ୍ଟ ଟେଷ୍ଟ ସିରିଜ ୧-୧ ସମାନ ସ୍ତରରେ ରହିଛି। କୋଭିଡ୍‌-୧୯ କାରଣରୁ ତୃତୀୟ ଟେଷ୍ଟ ଆୟୋଜନ ପାଇଁ ମେଲବୋର୍ନକୁ ବିକଳ୍ପ ଭେନ୍ୟୁ ଭାବେ ମାନ୍ୟତା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri