Posted inଜାତୀୟ

ଭାରତ-ଚାଇନା ମଧ୍ୟରେ ଦୀର୍ଘ ୧୬ ଘଣ୍ଟାର କମାଣ୍ଡର ସ୍ତରୀୟ ବୈଠକ: ବିବାଦୀୟ ଅଞ୍ଚଳରୁ ସେନା ହଟାଇବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୨୧ ।୨: ପୂର୍ବ ଲଦ୍ଦାଖର ପୋଙ୍ଗୟାଙ୍ଗ ହ୍ରଦ ପରେ ଅନ୍ୟ ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରୁ ସେନାଙ୍କୁ ଫେରାଇ ନେବା ଲାଗି ଭାରତ-ଚାଇନା ମଧ୍ୟରେ କମାଣ୍ଡର ସ୍ତରୀୟ ବୈଠକ ଶନିବାର ପାଖାପାଖି ୧୬ ଘଣ୍ଟା ଧରି ଚାଲିଛି । ଏହି ବୈଠକ ସକାଳ ପ୍ରାୟ ୧୦ଟାରୁ ଆରମ୍ଭ ହୋଇ ଶନିବାର-ରବିବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା । କଥାବାର୍ତ୍ତା ସକରାତ୍ମକ ପରିବେଶରେ ହୋଇଥିବା କୁହାଯାଉଛି । ଏଲ୍‌ଏସିରେ ଚାଇନାର ମୋଲଡୋରେ ହୋଇଥିବା ଏହି ମାରାଥନ ବୈଠକରେ ପୋଙ୍ଗୟାଙ୍ଗ ହ୍ରଦ ନିକଟରୁ ସେନାଙ୍କୁ ହଟାଇବା ଲାଗି ଉଭୟ ଦେଶ ରାଜି ହୋଇଥିଲେ । ଏହାପରେ ଦୁଇ ଦେଶର କମାଣ୍ଡର ଲଦ୍ଦାଖର ୪ ଉତ୍ତେଜନାପୂର୍ଣ୍ଣ ସ୍ଥାନ ହେପସାଂଗ, ଗୋଗରା, ହଟ ସ୍ପ୍ରିଙ୍ଗ ଓ ହେମଚକରୁ ସେନାଙ୍କୁ ହଟାଇବାକୁ ନେଇ ରୋଡମ୍ୟାପ ଉପରେ ଦୀର୍ଘ ସମୟ ପର୍ଯ୍ୟନ୍ତ କଥା ହୋଇଥିଲେ । ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ଦୁଇ ଦେଶ ପୋଙ୍ଗୟାଙ୍ଗ ବ୍ୟତୀତ ଏସବୁ ଅଞ୍ଚଳରୁ ବି ସହମତି କ୍ରମରେ ସେନା ହଟାଇବା ପ୍ରକ୍ରିୟାରେ ରାଜି ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri