Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଜୁନ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଲାଗି ଭାରତ ଓ ଦକ୍ଷିଣ ଆଫ୍ରିକାର ଖେଳାଳି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ମେ’ ଫେୟାର ହୋଟେଲକୁ ନିଆଯାଇଛି। ସେଠାରେ ଖେଳାଳିଙ୍କୁ ପାରମ୍ପରିକ ରୀତିନୀତିରେ ସ୍ବାଗତ କରାଯାଇଥିଲା। ହୋଟେଲ କର୍ମଚାରୀମାନେ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଇ ସମସ୍ତଙ୍କୁ ପାଛୋଟି ନେଇଥିଲେ।

ଉଭୟ ଟିମ୍‌ର ଖେଳାଳିମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବିମାନ ବନ୍ଦରରେ ସୁରକ୍ଷା ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ପରେ ସ୍ବତନ୍ତ୍ର ବିମାନ ପହଞ୍ଚିବା ପରେ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ୩ଟି ବସ୍‌ରେ ମେ’ ଫେୟାର ହୋଟେଲକୁ ନିଆଯାଇଥିଲା। ଏଥିପାଇଁ ପୁରା ରାସ୍ତାରେ ତ୍ରି ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଅନ୍ୟପକ୍ଷରେ ଖେଳାଳିଙ୍କୁ ଦେଖିବା ପାଇଁ ବିମାନ ବନ୍ଦରରୁ ଆରମ୍ଭ କରି ରାସ୍ତାର ଦୁଇ ପାର୍ଶ୍ୱରେ ଶହଶହ ପ୍ରଶଂସକ ଛିଡ଼ା ହୋଇଥିଲେ। ବସ ଭିତରେ ଥିବା ଖେଳାଳିମାନେ ହାତ ହଲାଇ ଅଭିବାଦନ ଗ୍ରହଣ କରୁଥିବା ଦେଖିବାକୁ ମିଳିଛି।

କହିରଖୁଛୁ, ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ଖେଳୁଛି। ଗୁରୁବାର ଖେଳା ଯାଇଥିବା ପ୍ରଥମ ମ୍ୟାଚ୍‌ରେ ଋଷଭ ପନ୍ତଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ତେମ୍ବା ବାଭୁମାଙ୍କ ଦକ୍ଷିଣ ଆଫ୍ରିକାଠାରୁ ୭ ଉଇକେଟରେ ପରାସ୍ତ ହୋଇଛି। ଫଳରେ ଭାରତ ୦-୧ରେ ପଛରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?