ଅନ୍ତର୍ଜାତୀୟ ମଞ୍ଚରେ ପାକିସ୍ତାନକୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ: ଜାତିସଂଘ ଉପରେ ଭାରତ କ୍ଷୁବ୍ଧ

ନୂଆଦିଲ୍ଲୀ,୭ା୬:ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ର ୨ଟି ଆତଙ୍କବାଦ ନିରୋଧୀ କମିଟିରେ ପାକିସ୍ତାନକୁ ଅଧ୍ୟକ୍ଷ ଓ ସହଅଧ୍ୟକ୍ଷ ନିଯୁକ୍ତ କରାଯାଇଥିବାରୁ ଭାରତ ପାଇଁ ଅଡ଼ୁଆ ସ୍ଥିତି ସୃଷ୍ଟି କରିଛି। ୟୁଏନ୍‌ଏସ୍‌ସିର ତାଲିବାନ ବିରୋଧୀ କଟକଣା କମିଟିରେ ଇସ୍‌ଲାମାବାଦକୁ ଅଧ୍ୟକ୍ଷତା ମିଳିଥିବାବେଳେ ୯/୧୧ ପରବର୍ତ୍ତୀ ଆତଙ୍କବାଦ ନିରୋଧୀ କମିଟି ଏବଂ ଜାତିସଂଘ ପ୍ରତିବନ୍ଧ ବ୍ୟବସ୍ଥା କାର୍ଯ୍ୟକାରୀ ଗୋଷ୍ଠୀର ଉପାଧ୍ୟକ୍ଷ କରାଯାଇଛି, ଯାହା ନୂଆଦିଲ୍ଲୀକୁ କ୍ଷୁବ୍ଧ କରିଛି।
ଏପ୍ରିଲ ୨୨ରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଏବଂ ମେ’ ୭ରୁ ୪ ଦିନ ଧରି ଭାରତ ଓ ପାକିସ୍ତାନ ମଧ୍ୟରେ ସାମରିକ ସଂଘର୍ଷ ପରେ ପାକିସ୍ତାନକୁ ଆତଙ୍କବାଦର କେନ୍ଦ୍ରସ୍ଥଳ ଭାବେ ପ୍ରଚାର କରାଇବା ପାଇଁ ଭାରତ ଉଦ୍ୟମ ଚଳାଇଥିବା ସତ୍ତ୍ୱେ ଜାତିସଂଘର ଆତଙ୍କବାଦ ନିରୋଧୀ କମିଟିରେ ଇସ୍‌ଲାମାବାଦକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯିବା ନୂଆଦିଲ୍ଲୀକୁ ବିସ୍ମିତ କରିଛି। ପାକିସ୍ତାନରୁ ସୃଷ୍ଟ ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇ ପଛରେ ସମର୍ଥନ ଯୋଗାଡ଼ ଉଦ୍ୟମ ସ୍ବରୂପ କେନ୍ଦ୍ର ସରକାର ଗତ ମାସରେ ଜାତିସଂଘ ସୁରକ୍ଷା ପରିଷଦର ସଦସ୍ୟ ରାଷ୍ଟ୍ର ସମେତ ବିଭିନ୍ନ ଦେଶର ରାଜଧାନୀକୁ ବହୁଦଳୀୟ ସଂସଦୀୟ ପ୍ରତିନିଧି ମଣ୍ଡଳୀ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri