Posted inଜାତୀୟ

ଗିରଫ ହେବା ଭୟ…ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୧।୩: ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ବାରମ୍ବାର ସମନ କରାଯାଉଛି। ତେବେ ଏହି ମାମଲାରେ ଗିରଫ ଭୟରେ ସେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ କୋର୍ଟରୁ ଦାବି କରିଛନ୍ତି। ଅର୍ଥାତ ଇଡି ତାଙ୍କୁ ଗିରଫ ନ କରିବାକୁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି। ଅନୁସନ୍ଧାନ ଏବଂ ପଚରାଉଚରାରେ ସହଯୋଗ କରିବାକୁ ପ୍ରସ୍ତୁତ ଅଛନ୍ତି, କିନ୍ତୁ ଇଡି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ  ନ କରୁ ବୋଲି  କେଜ୍‌ରିଓ୍ବାଲଙ୍କ ଆବେଦନରେ କୁହାଯାଇଛି। ତେବେ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ ବିଚାରପତି ସୁରେଶ କେଟଙ୍କ କୋର୍ଟରେ ଏ ସମ୍ପର୍କରେ ଶୁଣାଣି ହେବ।
କହିରଖୁଛୁ, ଇଡି ଏପର୍ଯ୍ୟନ୍ତ ମନି ଲଣ୍ଡରିଂ ମାମଲାରେ ଅରବିନ୍ଦ କେଜ୍‌ରିୱାଲଙ୍କ ନିକଟକୁ ୯ ଥର ସମନ ପଠାଇସାରିଲାଣି। ମାର୍ଚ୍ଚ ୨୧ ରେ ତାଙ୍କୁ ୯ମ ସମନ ପଠଯାଇଛି। ଏହାପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ହାଇକୋର୍ଟରେ ଇଡିର ସମନକୁ ଚ୍ୟାଲେଞ୍ଜ କରିଥିଲେ। କିନ୍ତୁ ବୁଧବାର ଅରବିନ୍ଦ କେଜ୍‌ରିୱାଲ କୋର୍ଟରୁ ତୁରନ୍ତ ଆସ୍ବସ୍ତି ମିଳିନାହିଁ। ଦିଲ୍ଲୀ ହାଇକୋର୍ଟ ଇଡିରୁ ଜବାବ ମାଗି ଏହାର ଉତ୍ତର ୨ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ମାମଲାର ପରବର୍ତ୍ତୀ ମାମଲାର ଶୁଣାଣି ଏପ୍ରିଲ ୨୨ ରେ ହେବ।
ମାମଲାରେ ପଚରାଉଚରା ପାଇଁ ଇଡି କେଜ୍‌ରିୱାଲଙ୍କୁ ଡାକିଛନ୍ତି। କିନ୍ତୁ ଗୁରୁବାର ମଧ୍ୟ ସେ ଅନୁସନ୍ଧାନକାରୀ ଏଜେନ୍ସି ନିକଟରେ ହାଜର ହେବେ ନାହିଁ। ଇଡିଙ୍କ ସମନ ଉପରେ ସିଂହଭି ବୁଧବାର ଦିନ ଦିଲ୍ଲୀ ହାଇକୋର୍ଟରେ କହିଛନ୍ତି ଯେ କେଜ୍ରିୱାଲଙ୍କ ଇଡିରେ ହାଜର ହେବାରେ କୌଣସି ଅସୁବିଧା ନାହିଁ କିନ୍ତୁ ଗିରଫଦାରୀ ହେବ ନାହିଁ ବୋଲି ସେ ନିଶ୍ଚିତ କରିବା ଉଚିତ। ଶୁଣାଣି ସମୟରେ କେଜ୍‌ରିୱାଲ ଆସନ୍ତାକାଲି ଇଡିରେ ହାଜର ହେବେ କି ନାହିଁ ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। ଏହା ଉପରେ କେଜ୍‌ରିୱାଲଙ୍କ ଓକିଲ ଅଭିଷେକ ମନୁ ସିଂହଭି ନା କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri