Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ଛାଡ଼ିବାକୁ ହେବ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ!

ନୂଆଦିଲ୍ଲୀ,୨୩।୩: ମଦ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ରିମାଣ୍ଡରେ ପଠାଯାଇଥିବା ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ପଡ଼ିପାରେ। କାରଣ ତାଙ୍କୁ ପଦରୁ ହଟାଇବା ଲାଗି ଦିଲ୍ଲୀ ହାଇକୋର୍ଟରେ ଏକ ଯାଚିକା ଦାୟର କରାଯାଇଛି। ଦିଲ୍ଲୀର ସୁରଜିତ ସିଂ ଏହି ଯାଚିକା ଦାଖଲ କରିଛନ୍ତି।

ନିଜକୁ ଜଣେ କୃଷକ ଏବଂ ସମାଜସେବୀ କହୁଥିବା ସୁରଜିତ ନିଜ ଦଲିଲ୍‌ରେ କହିଛନ୍ତି ଯେ, ଅବକାରୀ ନୀତି ମାମଲାରେ ଇଡି ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରିଛି। ଏଣୁ ସେ ସାର୍ବଜନିକ ପଦ ସମ୍ଭାଳିବା ଲାଗି ଅଯୋଗ୍ୟ। ଆର୍ଥିକ ହେରଫେରରେ ଫସିଥିବା ମୁଖ୍ୟମନ୍ତ୍ରୀଙ୍କୁ ପଦରେ ରହିବାର ଅନୁମତି ଦିଆଯିବା ଉଚିତ ନୁହେଁ। କାରଣ ଏହି ପଦ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାରେ ବାଧା ସୃଷ୍ଟି କରିବ। ଏପରିକି ରାଜ୍ୟର ଶାସନ ଠିକ୍‌ ଭାବେ ହୋଇପାରିବ ନାହିଁ ବୋଲି ସେ କହିଛନ୍ତି।

ସମ୍ବିଧାନର ଅନୁଚ୍ଛେଦ ୧୬୩, ୧୬୪କୁ ଦର୍ଶାଇ ଯାଚିକାକର୍ତ୍ତା ଦାବି କରିଛନ୍ତି ଯେ, କେଜ୍‌ରିଓ୍ବାଲ ଜଣେ କଏଦୀ ଭାବେ ବର୍ତ୍ତମାନ ସ୍ଥିତିରେ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ କର୍ତ୍ତବ୍ୟ ଏବଂ ଦାୟିତ୍ୱକୁ ତୁଲାଇବାରେ ଅକ୍ଷମ। ଏହାଛଡ଼ା କେଜ୍‌ରିଓ୍ବାଲଙ୍କ ନିକଟରେ ପହଞ୍ଚିବାକୁ ଥିବା ସାମଗ୍ରୀ ଜେଲ ଅଧିକାରୀ ଯାଞ୍ଚ କରିବେ, ଯାହାକି ମୁଖ୍ୟମନ୍ତ୍ରୀ ଭାବେ ଦିଆଯାଇଥିବା ଗୋପନୀୟତାର ଶପଥର ଉଲ୍ଲଂଘନ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri