Posted inଖେଳ

ବାଂଲାଦେଶ ଏ’ ବିପକ୍ଷରେ ଭାରତ ଏ’ର ଇନିଂସ ବିଜୟ

ସିଲ୍‌ହେଟ୍‌,୧୦ା୧୨ (ପି.ଟି.): ବାଂଲାଦେଶ ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ ଅଫିସିଆଲ କ୍ରିକେଟ ଟେଷ୍ଟ ମ୍ୟାଚରେ ଭାରତ ଏ’ ଏକ ଇନିଂସ ଓ ୧୨୩ ରନ୍‌ରେ ବିଜୟ ହାସଲ କରିଛି। ଘରୋଇ ଦଳର ବ୍ୟାଟିଂ ଲାଇନ୍‌ଅପ୍‌ ଭୁଶୁଡ଼ାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ବାମହାତୀ ରକ୍ଷଣଶୀଳ ସ୍ପିନ୍‌ ବୋଲର ସୌରଭ କୁମାର। ସେ ୬ଟି ଉଇକେଟ ଅକ୍ତିଆର କରିଥିଲେ। ଡିସେମ୍ବର ୧୪ରୁ ଭାରତର ସିନିୟର ଦଳ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ଖେଳିବ। ଆଘାତପ୍ରାପ୍ତ ରବୀନ୍ଦ୍ର ଜାଡେଜାଙ୍କ ସ୍ଥାନରେ ଦଳରେ କାହାକୁ ନିଆଯିବ ସେନେଇ ବିଚାର ଚାଲିଥିବା ବେଳେ ସୌରଭ କୁମାର ଅନ୍ୟତମ ଦାବିଦାର ଭାବେ ଉଭା ହୋଇଛନ୍ତି। ପ୍ରଥମ ଇନିଂସରେ ୩୧୦ ରନ୍‌ରେ ପଛୁଆ ରହିଥିବା ବାଂଲାଦେଶ ଏ’ର ଦ୍ୱିତୀୟ ଇନିଂସରେ ପ୍ରଦର୍ଶନ ଆହୁରି ଦୟନୀୟ ଥିଲା। ଦଳ ୭୯.୫ ଓଭରରେ ୧୮୭ ରନ କରି ଅଲଆଉଟ ହୋଇଯାଇଥିଲା। ବାଂଲାଦେଶ ଏ’ ପ୍ରଥମ ଇନିଂସରେ ଅପେକ୍ଷାକୃତ ଭଲ ସ୍କୋର ୨୫୨ ରନ କରିଥିଲା। ଜବାବରେ ଭାରତ ଅଧିନାୟକ ଅଭିମନ୍ୟୁ ଈଶ୍ୱରନଙ୍କ ୧୫୭ ରନ ସହାୟତାରେ ୯ ଉଇକେଟ ବିନିମୟରେ ବିଶାଳ ୫୬୨ ରନ କରି ଏହାର ପ୍ରଥମ ଇନିଂସ ଘୋଷଣା କରିଥିଲା। ଡ୍ର’ରେ ଶେଷ ହୋଇଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ୫ ଉଇକେଟ ସଫଳତା ହାସଲ କରିଥିବା ସୌରଭ ୩୦ ଓଭରରେ ୭୪ ରନ୍‌ ବିନିମୟରେ ୬ ଉଇକେଟ ନେଇଥିଲେ। ସିରିଜ ବିଜୟରେ ଯେଉଁ କେତେଜଣଙ୍କ ବିଶେଷ ଭୂମିକା ରହିଥିଲା, ସେମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ। ଉତ୍ତର ପ୍ରଦେଶର ଏହି ସ୍ପିନର ଦୁଇଟି ଗେମ୍‌ରେ ମୋଟ ୧୫ ଉଇକେଟ ଅକ୍ତିଆର କରି ସିରିଜର ଶ୍ରେଷ୍ଠ ବୋଲର ବିବେଚିତ ହୋଇଛନ୍ତି।
ସଂକ୍ଷିପ୍ତ ସ୍କୋର
ବାଂଲାଦେଶ ଏ’: ୨୫୨ ଓ ୧୮୭ (ଶଦମନ ଇସ୍‌ଲାମ-୯୩*; ସୌରଭ କୁମାର-୬/୭୪, ଉମେଶ ଯାଦବ-୨/୩୪, ନବଦୀପ ସଇନୀ-୨/୫୪)। ଭାରତ ଏ’: ୫୬୨/୯ ଘୋଷଣା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri