Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନାଗପୁର,୯।୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବହୁ ପ୍ରତୀକ୍ଷିତ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ ଆଜିଠାରୁ ନାଗପୁରରେ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଉଭୟ ଦଳ ବିଜୟ ସହ ସିରିଜ ଆରମ୍ଭ କରିବାକୁ ଚାହାଁନ୍ତି। ଯଦି ଭାରତ ଏହି ସିରିଜ ହାରିଯାଏ, ତେବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରୁ ବାଦ୍‌ ପଡିବ। ଏଥି ସହିତ ଅଷ୍ଟ୍ରେଲିଆ ଯଦି ୪-୦ ବ୍ୟବଧାନରେ ହାରିଯାଏ ତେବେ ଅନ୍ତିମ ଦୌଡ଼ରୁ ବାଦ ପଡିପାରେ। ବର୍ତ୍ତମାନ ଉଭୟ ଦଳ ଫାଇନାଲ ପାଇଁ ଦୌଡ଼ରେ ରହିଛନ୍ତି।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଫେବୃଆରୀ ୯ ଅର୍ଥାତ୍‌ ଗୁରୁବାର ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ସକାଳ ୯.୩୦ରୁ ଖେଳାଯିବ। ଟସ ସକାଳ ୯ଟାରେ ହେବ। ଷ୍ଟାର ସ୍ପୋର୍ଟସ ନେଟୱାର୍କ ଭାରତ ଏବଂ ଅଷ୍ଟ୍ରେଲିଆ ଟେଷ୍ଟ ସିରିଜର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ଏହି ମ୍ୟାଚ ଦେଖିହେବ। ଏହି ମ୍ୟାଚର ଲାଇଭ-ଷ୍ଟ୍ରିମିଂ ଭାରତର ହଟଷ୍ଟାର ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚର ଲାଇଭ ଟେଲିକାଷ୍ଟକୁ ଜିଓ ଟିଭିରେ ଦେଖିପାରିବେ। ଏଥିପାଇଁ କୌଣସି ଶୁଳ୍କ ପଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri