Posted inଖେଳ

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ: ବର୍ଷା ଧୋଇଦେଲା ପ୍ରଥମ ଦିନର ଖେଳ

ବ୍ରିସବେନ,୧୪।୧୨ ବ୍ରିସବେନର ଗାବା କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ବର୍ଷା ହେତୁ ପ୍ରଥମ ଦିନର ଖେଳ ବାତିଲ କରାଯାଇଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ କେବଳ ୧୩.୨ ଓଭର ଖେଳାଯାଇପାରିଥିଲା। ଏହି ସମୟ ମଧ୍ୟରେ କୌଣସି କ୍ଷତି ଉଇକେଟ୍‌ ନ ହରାଇ ଅଷ୍ଟ୍ରେଲିଆ ୨୮ ରନ ସ୍କୋର କରିଥିଲା। ଉସମାନ ଖ୍ବାଜା ୧୯ରେ ଏବଂ ନାଥାନ ମ୍ୟାକସେୱନି ୪ ରନ ସଂଗ୍ରହ କରି ଅପରାଜିତ ରହିଥିଲେ। ଏସବୁ ମଧ୍ୟରେ ଅଷ୍ଟ୍ରେଲିଆ କ୍ରିକେଟ ଏକ ବଡ଼ ଘୋଷଣା କରିଛି। ଏହି ଘୋଷଣା ମ୍ୟାଚ ଉପଭୋଗ କରିବାକୁ ଷ୍ଟାଡିୟମକୁ ଯାଇଥିବା ଦର୍ଶକଙ୍କ ମୁହଁରେ ହସ ଆଣିପାରେ।
ଶନିବାର ଟିକେଟ୍‌ କରିଥିବା ଦର୍ଶକଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଫେରସ୍ତ ପ୍ରଦାନ କରାଯିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ଘୋଷଣା କରିଛି। କ୍ରିକେଟ ଅଷ୍ଟ୍ରେଲିଆର ଫେରସ୍ତ ନୀତି ଅନୁଯାୟୀ ଯଦି ଗୋଟିଏ ଦିନରେ ୧୫ ଓଭରରୁ କମ ଖେଳାଯାଏ ଏବଂ କୌଣସି ଫଳାଫଳ ନ ଥାଏ, ତେବେ ଦର୍ଶକମାନେ ପୁରା ଟଙ୍କା ଫେରସ୍ତ ପାଆନ୍ତି।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଦିନ ଭାରତୀୟ ସମୟ ସକାଳ ୫.୫୦ରେ ଆରମ୍ଭ ହୋଇଥିଲା। କିନ୍ତୁ ବର୍ତ୍ତମାନ ଦ୍ୱିତୀୟ ଦିନର ମ୍ୟାଚ ଅଧ ଘଣ୍ଟା ପୂର୍ବରୁ ଆରମ୍ଭ ହେବ। ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଟୁଇଟ କରି କହିଛି – ବର୍ଷା ହେତୁ ବ୍ରିସବେନ୍‌ରେ ପ୍ରଥମ ଦିନର ଖେଳ ଆଜି ବନ୍ଦ ହୋଇଯାଇଛି। ଆସନ୍ତାକାଲି ଖେଳ ଏବଂ ପରବର୍ତ୍ତୀ ସମସ୍ତ ଦିନ ସ୍ଥାନୀୟ ସମୟ ୯.୫୦ରେ ଆରମ୍ଭ ହେବ (ଭାରତୀୟ ସମୟ ସକାଳ ୫.୨୦) ଆରମ୍ଭ ହେବ, ଯେଉଁଥିରେ ଅତିକମରେ ୯୮ ଓଭର ବୋଲିଂ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri