Posted inଖେଳ

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ଧର୍ମଶାଲା ବଦଳରେ ଖେଳାଯିବ ଇନ୍ଦୋରରେ: ବିସିସିଆଇ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୩।୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟକୁ ଇନ୍ଦୋରକୁ ସ୍ଥାନାନ୍ତର କରାଯାଇଛି। ଏହାପୂର୍ବରୁ ଏହି ମ୍ୟାଚ ଧର୍ମଶାଲାରେ ଖେଳାଯିବାର ଯୋଜନା ଥିଲା। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମାର୍ଚ୍ଚ ୧ରୁ ୫ ପର୍ଯ୍ୟନ୍ତ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯିବ। ଏନେଇ ବିସିସିଆଇ ପକ୍ଷରୁ ସୂଚନା ପ୍ରକାଶ ପାଇଛି।

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ଟେଷ୍ଟ ଧର୍ମଶାଲାରେ ଅନୁଷ୍ଠିତ ହେବାର ଥିଲା, କିନ୍ତୁ ଏହି ଅଞ୍ଚଳରେ ପ୍ରବଳ ଥଣ୍ଡା ଏବଂ ଆଉଟଫିଲ୍ଡରେ ପର୍ଯ୍ୟାପ୍ତ ଘାସ ଅଭାବ ହେତୁ ଏହା ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି। ଧର୍ମଶାଲାରେ ଭିତ୍ତିଭୂମି ବିକାଶ ପାଇଁ ସମୟ ଲାଗିବ। ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜର ଅବଶିଷ୍ଟ କାର୍ଯ୍ୟସୂଚୀରେ ଅନ୍ୟ କୌଣସି ପରିବର୍ତ୍ତନ ନାହିଁ ବୋଲି ବିସିସିଆଇ କହିଛି।

ବିସିସିଆଇର କ୍ୟୁରେଟର ତାପଶ ଚାଟାର୍ଜୀଙ୍କ ଏକ ରିପୋର୍ଟ ରେ ନିଶ୍ଚିତ କରିଛନ୍ତି ଯେ ଧର୍ମଶାଳା ଗ୍ରାଉଣ୍ଡରେ ଥିବା ଆଉଟଫିଲ୍ଡ ଅନ୍ତର୍ଜାତୀୟ ମ୍ୟାଚ ପାଇଁ ଅନୁପଯୁକ୍ତ। ବିସିସିଆଇ ସଚିବ ଜୟ ଶାହା ତାଙ୍କ ବିବୃତ୍ତିରେ କହିଛନ୍ତି ଯେ ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ମାର୍ଚ୍ଚ ୧ରୁ ୫ ପର୍ଯ୍ୟନ୍ତ ଧର୍ମଶାଲାର ଏଚପିସିଏ ଷ୍ଟାଡିୟମରେ ଅନୁଷ୍ଠିତ ହେବାର ଥିଲା। ତେବେ ଏହା ବର୍ତ୍ତମାନ ମଧ୍ୟପ୍ରଦେଶର ଇନ୍ଦୋରର ହୋଲକର ଷ୍ଟାଡିୟମକୁ ସ୍ଥାନାନ୍ତରିତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?