Posted inଜାତୀୟ

ଭାରତ-ଅଷ୍ଟ୍ରେଲିଆ ସମ୍ପର୍କ ୭୫ ବର୍ଷ ପୁରୁଣା…

ନୂଆଦିଲ୍ଲୀ,୯।୩ : ଗୁରୁବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସମ୍ପର୍କକୁ ୭୫ ବର୍ଷ ପୂରଣ ହୋଇଛି। ଏହି ଅବସରରେ ଗୁଜୁରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ଦେଶର ପ୍ରଧାନମନ୍ତ୍ରୀ ସମୟ ବିତାଇଛନ୍ତି। ବନ୍ଧୁତାକୁ ପାଳନ କରିବା ପାଇଁ କ୍ରିକେଟ ମ୍ୟାଚ ଦେଖିବା ଅପେକ୍ଷା କ’ଣ ଭଲ ହୋଇପାରେ। ସେଥିପାଇଁ ଉଭୟ ପ୍ରଧାନମନ୍ତ୍ରୀ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ଦେଖିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମ୍ୟାଚ ଉପଭୋଗ କରିଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଭାବେ ଏହା ଆନ୍ଥୋନି ଆଲବାନିଙ୍କ ଏହା ପ୍ରଥମ ଭାରତ ଗସ୍ତ। କିନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଏହା ତାଙ୍କର ଚତୁର୍ଥ ସାକ୍ଷାତ। ମେ ୨୦୨୨ ରେ ଟୋକିଓରେ କ୍ୱାଡ ନେତାଙ୍କ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ପ୍ରଥମ ଥର ପାଇଁ ସାକ୍ଷାତ ହୋଇଥିଲେ। ଦ୍ୱିତୀୟ ବୈଠକ ୨୭ ସେପ୍ଟେମ୍ବରରେ ଟୋକିଓରେ ମଧ୍ୟ ହୋଇଥିଲା ଏବଂ ତୃତୀୟ ବୈଠକ ୧୬ ନଭେମ୍ବରରେ ଜି-୨୦ ର ବାର୍ଷିକ ଶିଖର ସମ୍ମିଳନୀରେ ହୋଇଥିଲା ।

ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦୁଇ ନେତାଙ୍କ ମଧ୍ୟରେ ତିନୋଟି ବୈଠକ ଅନୁଷ୍ଠିତ ହେବ। ଏଥିମଧ୍ୟରୁ ଗୋଟିଏ ଗୁରୁବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ମଧ୍ୟଭାଗରେ ଅଷ୍ଟ୍ରେଲିଆରେ କ୍ୱାଡ ସଦସ୍ୟଙ୍କ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ ଯେଉଁଥିରେ ଅଷ୍ଟ୍ରେଲିଆ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗସ୍ତର ସୁଯୋଗ ପ୍ରଦାନ କରିବ। ଏହି ସମୟରେ ଉଭୟ ଦେଶର ପ୍ରଧାନମନ୍ତ୍ରୀ ମଧ୍ୟ ପରସ୍ପରକୁ ଭେଟିବେ। ଏହା ପରେ ଜି -୨୦ର ବାର୍ଷିକ ଶିଖର ସମ୍ମିଳନୀ ସେପ୍ଟେମ୍ବରରେ ଭାରତରେ ଅନୁଷ୍ଠିତ ହେବ। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମଧ୍ୟ ଏଥିରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri