Posted inଜାତୀୟ

ଭାରତ-ଅଷ୍ଟ୍ରେଲିଆ ସମ୍ପର୍କ ୭୫ ବର୍ଷ ପୁରୁଣା…

ନୂଆଦିଲ୍ଲୀ,୯।୩ : ଗୁରୁବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସମ୍ପର୍କକୁ ୭୫ ବର୍ଷ ପୂରଣ ହୋଇଛି। ଏହି ଅବସରରେ ଗୁଜୁରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ଦେଶର ପ୍ରଧାନମନ୍ତ୍ରୀ ସମୟ ବିତାଇଛନ୍ତି। ବନ୍ଧୁତାକୁ ପାଳନ କରିବା ପାଇଁ କ୍ରିକେଟ ମ୍ୟାଚ ଦେଖିବା ଅପେକ୍ଷା କ’ଣ ଭଲ ହୋଇପାରେ। ସେଥିପାଇଁ ଉଭୟ ପ୍ରଧାନମନ୍ତ୍ରୀ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ଦେଖିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମ୍ୟାଚ ଉପଭୋଗ କରିଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଭାବେ ଏହା ଆନ୍ଥୋନି ଆଲବାନିଙ୍କ ଏହା ପ୍ରଥମ ଭାରତ ଗସ୍ତ। କିନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଏହା ତାଙ୍କର ଚତୁର୍ଥ ସାକ୍ଷାତ। ମେ ୨୦୨୨ ରେ ଟୋକିଓରେ କ୍ୱାଡ ନେତାଙ୍କ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ପ୍ରଥମ ଥର ପାଇଁ ସାକ୍ଷାତ ହୋଇଥିଲେ। ଦ୍ୱିତୀୟ ବୈଠକ ୨୭ ସେପ୍ଟେମ୍ବରରେ ଟୋକିଓରେ ମଧ୍ୟ ହୋଇଥିଲା ଏବଂ ତୃତୀୟ ବୈଠକ ୧୬ ନଭେମ୍ବରରେ ଜି-୨୦ ର ବାର୍ଷିକ ଶିଖର ସମ୍ମିଳନୀରେ ହୋଇଥିଲା ।

ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦୁଇ ନେତାଙ୍କ ମଧ୍ୟରେ ତିନୋଟି ବୈଠକ ଅନୁଷ୍ଠିତ ହେବ। ଏଥିମଧ୍ୟରୁ ଗୋଟିଏ ଗୁରୁବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ମଧ୍ୟଭାଗରେ ଅଷ୍ଟ୍ରେଲିଆରେ କ୍ୱାଡ ସଦସ୍ୟଙ୍କ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ ଯେଉଁଥିରେ ଅଷ୍ଟ୍ରେଲିଆ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗସ୍ତର ସୁଯୋଗ ପ୍ରଦାନ କରିବ। ଏହି ସମୟରେ ଉଭୟ ଦେଶର ପ୍ରଧାନମନ୍ତ୍ରୀ ମଧ୍ୟ ପରସ୍ପରକୁ ଭେଟିବେ। ଏହା ପରେ ଜି -୨୦ର ବାର୍ଷିକ ଶିଖର ସମ୍ମିଳନୀ ସେପ୍ଟେମ୍ବରରେ ଭାରତରେ ଅନୁଷ୍ଠିତ ହେବ। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମଧ୍ୟ ଏଥିରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri