Posted inଖେଳ

ସ୍ବାମୀ ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌, ସ୍ତ୍ରୀ କିନ୍ତୁ ବିରାଟ କୋହଲିଙ୍କ ଖେଳ ଦେଖିବାକୁ କରନ୍ତି ପସନ୍ଦ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଅଛନ୍ତି। ସେ ଯେଉଁଠିକୁ ଖେଲିବାକୁ ଯାଆନ୍ତି ତାଙ୍କୁ ଚିୟର କରିବା ପାଇଁ ପ୍ରଶଂସକ ଷ୍ଟାଡିୟମରେ ଉପସ୍ଥିତ ଥାନ୍ତି। ଅଷ୍ଟ୍ରେଲିଆ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ସ୍ତ୍ରୀ କ୍ୟାଣ୍ଡିସ୍‌ ନିଜ ସ୍ବାମୀଙ୍କ ଅପେକ୍ଷା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ବ୍ୟାଟିଂ ପସନ୍ଦ କରନ୍ତି। କେବଳ ଏତିକି ନୁହେଁ ତାଙ୍କ ୩ ଝିଅ ମଧ୍ୟ କୋହଲିଙ୍କ ବ୍ୟାଟିଂ ଦେଖିବାକୁ ଭଲ ପାଆନ୍ତି। ଓ୍ବାର୍ନରଙ୍କ ମଝିଆଁ ଝିଅ ଇଭି ଭବିଷ୍ୟତରେ ବିରାଟ କୋହଲି ହେବାକୁ ସ୍ବପ୍ନ ଦେଖିଛନ୍ତି। ଭାରତ-ଅଷ୍ଟ୍ରେଲିଆ ସିରିଜ୍‌ ଆରମ୍ଭ ହେବା ପୂର୍ବରୁ ଓ୍ବାର୍ନର ଏବଂ କ୍ୟାଣ୍ଡିସ୍‌ ଏକ ରେଡିଓ କାର୍ଯ୍ୟକ୍ରମରେ ଭାଗ ନେଇ ଏହାର ଖୁଲାସା କରିଛନ୍ତି।ଏହାପୂର୍ବରୁ ମଧ୍ୟ କ୍ୟାଣ୍ଡିସ୍‌ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଥିଲେ। ସେଥିରେ ତାଙ୍କ ଝିଅ ମୁଁ ବିରାଟ କୋହଲି ବୋଲି କହୁଥିଲେ। ସୂଚନାଯୋଗ୍ୟ, ଆଇପିଏଲ୍‌ ୨୦୨୦ ଶେଷ ହେବା ପରେ ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ଏବେ ଦଳ ସେଠାରେ କ୍ୱାରାଣ୍ଟାଇନରେ ରହି ଅଭ୍ୟାସ କରୁଛି। ଆସନ୍ତ ନଭେମ୍ବର ୨୭ରୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଏକଦିବସୀୟ ସିରିଜ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri