Posted inଜାତୀୟ

ଭାରତକୁ ମିଳିଲା ଚତୁର୍ଥ ଟିକା

ନୂଆଦିଲ୍ଲୀ,୩୦।୭: ଦେଶବାସୀଙ୍କ ପାଇଁ ଖୁସି ଖବର। ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ମଡର୍ନା ଟିକାକୁ ମଙ୍ଗଳବାର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହାକୁ ମିଶାଇ ଭାରତରେ ୪ ଟିକାକୁ ଆପତକାଳୀନ ମଞ୍ଜୁରୀ ମିଳିଛି । ଏଥିରେ କୋଭାକ୍ସିନ, କୋଭିସିଲ୍ଡ, ସ୍ପୁଟନିକ-ଭି ସହ ମଡର୍ନା ସାମିଲ ହୋଇଛି। ନୀତି ଆୟୋଗ ଅଧ୍ୟକ୍ଷ ବି.କେ ପଲ ଏହି ସୂଚନା ଦେଇଛନ୍ତି।

ଏହି ୪ ଟିକା ସ୍ତନ୍ୟପାନ କରାଉଥିବା ମହିଳାମାନଙ୍କ ପାଇଁ ସମ୍ପୂର୍ଣ୍ଣ ସୁରକ୍ଷିତ ବୋଲି ଅଧ୍ୟକ୍ଷ ବି.କେ ପଲ କହିଛନ୍ତି। ମୁମ୍ବାଇ ସ୍ଥିତ ସିପ୍ଲା ଫାର୍ମା କମ୍ପାନୀ ଏହି ମଡର୍ନା ଟିକାର ଆମଦାନୀ ଓ ମାକେଟିଂ କରିବ। ଜୁନ ପହିଲାରେ ଡିସିଜିଆଇ ଏହି ବିଦେଶୀ ଟିକା ପାଇଁ ମଞ୍ଜୁରୀ ନିୟମରେ କୋହଳ କରିଥିଲା। ଏପରିକି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଞ୍ଜୁରୀ ମିଳିଥିବା ଟିକା କମ୍ପାନୀକୁ ଭାରତରେ ପରୀକ୍ଷଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri