Posted inଖେଳ

ଅଷ୍ଟ୍ରେଲିଆକୁ ହରାଇଲା ଟିମ୍‌ ଇଣ୍ଡିଆ

କାନବେରା,୨ା୧୨- ଏଠାରେ ଅନୁଷ୍ଠିତ  ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌କୁ ୧୩ ରନ୍‌ରେ ଜିତି ନେଇଛି ଭାରତୀୟ ଦଳ। ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ରେ ପରାସ୍ତ ହେବା ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଚାଖିଛି ବିଜୟ ସ୍ବାଦ। ଏହି ମ୍ୟାଚ୍‌ ଲାଗି ଦୁଇ ଦଳରେ ଦେଖିବାକୁ ମିଳିଥିଲା ବହୁ ପରିବର୍ତ୍ତନ।

ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳ ଧାର୍ଯ୍ୟ ୫୦ ଓଭରରେ ୫ ଉଇକେଟ ହରାଇ ୩୦୨ ରନ୍‌ କରିଥିଲା। ଦଳ ପାଇଁ ଜବରଦସ୍ତ ବ୍ୟାଟିଂ କରିଥିଲେ ଦୁଇ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ରବୀନ୍ଦ୍ର ଜାଡେଜା । ଦୁହେଁ ୬ଷ୍ଠ ଉଇକେଟ ଲାଗି ଦଳୀୟ ସ୍କୋରରେ ଯୋଡ଼ିଥିଲେ ୧୫୦ ରନ୍‌ । ହାର୍ଦ୍ଦିକ ଖେଳିଥିଲେ ୯୨ ରନ୍‌ର ଧୈର୍ଯ୍ୟପୂର୍ଣ୍ଣ ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୭ ଚୌକା ଓ ୧ ଛକା। ଆଉ ଜାଡେଜା (୬୬ ରନ୍‌, ୫ ଚୌକା ଓ ୩ ଛକା ) ଦେଇଥିଲେ ଉପଯୁକ୍ତ ସହାୟତା। ଏମାନଙ୍କ ବ୍ୟତୀତ ଅଧିନାୟକ କୋହଲି ୬୩ (୫ ଚୌକା) ଓ ଶୁବମନ ଗିଲ ୩୩ ରନ୍‌ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ବୋଲିଂରେ ଆଷ୍ଟୋନ ଆଗର ହାତେଇଥିଲେ ୨ ଉଇକେଟ । ଜବାବରେ ବ୍ୟାଟିଂ ବିପର୍ଯ୍ୟୟ ଯୋଗୁ ୧୫୮ ରନ୍‌ରେ ୫ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା ଘରୋଇ ଅଷ୍ଟ୍ରେଲିଆ ଦଳ। ମାତ୍ର ଫର୍ମରେ ଥିବା ଗ୍ଲେନ ମ୍ୟାକ୍ସଓ୍ବେଲ (୫୯) ଅର୍ଦ୍ଧଶତକୀୟ ଇନିଂସ ଖେଳି ଭାରତ ହାତରୁ ମ୍ୟାଚ୍‌ ଛଡ଼ାଇ ନେବାକୁ ଭରପୂର ପ୍ରୟାସ କରି ବିଫଳ ହୋଇଥିଲେ। ଫଳରେ ୨୮୯ ରନ୍‌ରେ ଅଲଆଉଟ୍‌ ହୋଇ ପରାଜୟ ବରଣ କରିଥିଲା ଅଷ୍ଟ୍ରେଲିଆ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri