ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ ଦାବିରେ ଜାତୀୟ ଶ୍ରମିକ ସଂଗଠନ ଗୁଡ଼ିକ ପକ୍ଷରୁ ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟ ଡାକରାକୁ ସମର୍ଥନ ଜଣାଇ ଦିଗପହଣ୍ଡିରେ ବନ୍ଦ ପାଳନକୁ ସଫଳ କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ତଥା ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭାଜପା ନେତୃତ୍ୱାଧୀନ ଡବଲ ଇଞ୍ଜିନ ସରକାରର ସାମଗ୍ରିକ ବିଫଳତା ଉପରେ ଆଲୋଚନା କରାଯାଇ ବନ୍ଦ ଡାକରା ସପକ୍ଷରେ ପଥପ୍ରାନ୍ତ ସଭା, ଶୋଭାଯାତ୍ରା ମାଧ୍ୟମରେ ଜନମତ ସୃଷ୍ଟି କରାଯିବା ସହ ବିଭିନ୍ନ ସ୍ଥାନରେ ଗଣ ଧାରଣା ଦିଆଯିବାକୁ ନିଷ୍ପତ୍ତି ନିଆଯାଇଥିଲା।ଏପରିକି ଦୋକାନ, ବଜାର, ଚକ, ଅଖ, ବ୍ୟାଙ୍କ, ଅଫିସ, ସ୍କୁଲ, କଲେଜ ଆଦି ସମସ୍ତ ଅନୁଷ୍ଠାନ ସମ୍ପୂର୍ଣ୍ଣ ବନ୍ଦ କରାଯିବାକୁ ମଧ୍ୟ ନିଷ୍ପତ୍ତି ଗୃହୀତ କରାଯାଇଥିଲା। ବୈଠକରେ ଗଞ୍ଜାମ ଜିଲା ସିପିଏମ୍‌ କାର୍ଯ୍ୟକର୍ତ୍ତା କୈଳାସ ଷଡ଼ଙ୍ଗୀ, କୁରେଶୁ ପଣ୍ଡା, ପି. ଶିବ ଶଙ୍କର, କଂଗ୍ରେସ କାର୍ଯ୍ୟକର୍ତ୍ତା ରସାନନ୍ଦ ରାଉତ, ବାଲ୍ମିକୀ ବେହେରା, କାଉନସିଲର ଦୀପକ କୁମାର ମିଶ୍ର, ସିପିଆଇ ନଗର କମିଟି ସମ୍ପାଦକ ତପନ କୁମାର ମିଶ୍ର, ଆଇନଜୀବୀ ହରପ୍ରସାଦ ରଥ, ବିଜେଡି କାଉନସିଲର ସୁଶାନ୍ତ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri