Posted inଖେଳ

ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୨୭୮/୬

ଚଟ୍ଟଗ୍ରାମ,୧୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚଟ୍ଟଗ୍ରାମରେ ପ୍ରଥମ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍‌ର ପ୍ରଥମ ଦିନର ଖେଳ ଶେଷ ହେବା ବେଳକୁ ଭାରତ ୬ ଉଇକେଟ ହରାଇ ୨୭୮ ରନ୍‌ କରିଛି। ଶ୍ରେୟାସ ଆୟର ୮୨ରେ ଖେଳୁଛନ୍ତି।
ଭାରତୀୟ ଅଧିନାୟକ ଲୋକେଶ ରାହୁଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ସେ ଗିଲଙ୍କ ସହିତ ଏକ ଭଲ ଆରମ୍ଭ କରିଥିଲେ। ତେବେ ୨୦ ରନ ସ୍କୋର କରିବା ପରେ ଗିଲ ଆଉଟ୍‌ ହୋଇଥିଲେ। ଏହି ସମୟରେ ଦଳର ସ୍କୋର ୪୧ ରନ ଥିଲା। ଗିଲ ପାଭିଲିୟନକୁ ଫେରିବା ମାତ୍ରେ ରାହୁଲ ଏବଂ ବିରାଟ କୋହଲିଙ୍କୁ ମଧ୍ୟ  ନିଜ ଉଇକେଟ୍‌ ହରାଇଥିଲେ। ୪୮ ରନରେ ୩ଟି ଉଇକେଟ ହରାଇବା ପରେ ଭାରତୀୟ ଦଳ ଅସୁବିଧାରେ ପଡ଼ିଥିଲା। ଏହା ପରେ ପନ୍ତ ଏବଂ ପୂଜାରା ଭାରତୀୟ ଇନିଂସ ପରିଚାଳନା କରିଥିଲେ, ଉଭୟ ଚତୁର୍ଥ ଉଇକେଟ ପାଇଁ ୬୪ ରନ ଭାଗିଦାରୀ ବାଣ୍ଟିଥିଲେ। ଏହା ପରେ ପନ୍ତ ମଧ୍ୟ ୪୬ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ।
ଶ୍ରେୟାସଙ୍କ ସହ ପୂଜାରା ଇନିଂସକୁ ଆଗକୁ ନେଇଥିଲେ। ଉଭୟ ଚମତ୍କାର ବ୍ୟାଟିଂ କରି ନିଜ ନିଜ ଅର୍ଦ୍ଧଶତକ ପୂରଣ କରିଥିଲେ। ତେବେ ପୂଜାରା ତାଙ୍କ ଶତକରେ ପହଞ୍ଚିବା ପୂର୍ବରୁ ୯୦ ରନ୍‌ରେ ଆଉଟ୍‌ ହୋଇଥିଲେ। ଏହା ପରେ ଅକ୍ଷର ପଟେଲ ଶ୍ରେୟାସଙ୍କ ସହ ୧୯ ରନ ଯୋଡିଥିଲେ, କିନ୍ତୁ ସେ ଦିନର ଶେଷ ବଲରେ ମଧ୍ୟ ଆଉଟ୍‌ ହୋଇଥିଲେ। ବର୍ତ୍ତମାନ ଶ୍ରେୟାସ ଆୟାର କ୍ରିଜରେ ରହିଛନ୍ତି। ଏଥିସହିତ ରବିଚନ୍ଦ୍ରନ ଅଶ୍ୱିନ, କୁଲଦୀପ ଯାଦବ, ମହମ୍ମଦ ସିରାଜ ଏବଂ ଉମେଶ ଯାଦବ ଏପର୍ଯ୍ୟନ୍ତ ବ୍ୟାଟିଂ କରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri