Posted inଖେଳ

ବର୍ଷେ ଘୁଞ୍ଚିଲା ଭାରତ-ବାଂଲାଦେଶ ସିରିଜ୍‌

ନୂଆଦିଲ୍ଲୀ,୫ା୭: ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବି) ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶନିବାର ଆପୋସ ବୁଝାମଣାରେ ଭାରତ ଓ ବାଂଲାଦେଶ ମଧ୍ୟରେ ହେବାକୁ ଥିବା ହ୍ବାଇଟ୍‌ ବଲ କ୍ରିକେଟ୍‌ ସିରିଜ୍‌କୁ ଆସନ୍ତା ବର୍ଷ ସେପ୍ଟେମ୍ବରକୁ ଘୁଞ୍ଚାଇ ଦିଆଯାଇଛି।

ଏହି ସିରିଜ୍‌ ଆସନ୍ତା ଅଗଷ୍ଟରେ ହେବାର ଥିଲା। ଏହି ସିରିଜ୍‌ରେ ୩ ଲେଖାଏ ଦିନିକିଆ ଓ ଟି୨୦ ମ୍ୟାଚ୍‌ ଖେଳାଯିବାର ଅଛି। ସିରିଜ୍‌ର ସମସ୍ତ ମ୍ୟାଚ୍‌ ଅଗଷ୍ଟ ୧୭ରୁ ୩୧ ପର୍ଯ୍ୟନ୍ତ ଚିଟାଗଙ୍ଗ ଓ ଢାକାରେ ହେବ ବୋଲି ଘୋଷଣା କରାଯାଇଥିଲା।

କ୍ରିକେଟ ଚୁକ୍ତି ଓ ଉଭୟ ଦଳର କାର୍ଯ୍ୟସୂଚୀକୁ ଦୃଷ୍ଟିରେ ରଖି ବୋର୍ଡ ମଧ୍ୟରେ ଆଲୋଚନା ପରେ ସିରିଜ୍‌କୁ ଘୁଞ୍ଚାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି। ବିସିବି ହ୍ବାଇଟ୍‌ ବଲ ସିରିଜ୍‌ ଲାଗି ଭାରତୀୟ ଦଳକୁ ଆସନ୍ତା ବର୍ଷ ସେପ୍ଟେମ୍ବରରେ ସ୍ବାଗତ କରିବ।

ପରିବର୍ତ୍ତିତ ତାରିଖ ଓ କାର୍ଯ୍ୟସୂଚୀ ପରବର୍ତ୍ତୀ ସମୟରେ ଘୋଷଣା କରାଯିବ ବୋଲି ବିସିବି ପକ୍ଷରୁ ଜାରି କରାଯାଇଥିବା ବିବୃତିରେ କୁହାଯାଇଛି। ଗତ ବର୍ଷଠାରୁ ଦେଖାଦେଇଥିବା ରାଜନୈତିକ ଅସ୍ଥିରତା କାରଣରୁ ବାଂଲାଦେଶରେ ସାଧାରଣ ନିର୍ବାଚନ ମାଧ୍ୟମରେ ଏକ ସ୍ଥାୟୀ ସରକାର ଗଠନ ନ ହେଲା ପର୍ଯ୍ୟନ୍ତ ବିସିସିଆଇ ଭାରତୀୟ ଦଳକୁ ପଠାଇବାକୁ ଚାହୁଁ ନ ଥିବା ନେଇ ଏକ ରିପୋର୍ଟ ପ୍ରକାଶ ପାଇଥିଲା।

ହେଲେ ବାଂଲାଦେଶ ସାଧାରଣ ନିର୍ବାଚନ ଆସନ୍ତା ବର୍ଷ ପୂର୍ବରୁ ହେବାର ସମ୍ଭାବନା ନାହିଁ। ଏବେ ଏହି ଦେଶରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ଅନ୍ତରୀଣ ସରକାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍ ଓ କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri