Posted inଖେଳ

ଭାରତ ୫-୪ରେ ଅଷ୍ଟ୍ରେଲିଆକୁ ହରାଇଲା

ରାଉରକେଲା ଅଫିସ, ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୩।୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ପ୍ରୋଲିଗ୍‌ ହକି ମ୍ୟାଚରେ ଭାରତ ୫-୪ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଭାରତ ପକ୍ଷରୁ ହରମନପ୍ରୀତ ସିଂ ୧୩, ୧୪ ଓ ୫୫ତମ ମିନିଟରେ ପେନାଲ୍ଟି କର୍ନରରୁ ୩ଟି ଗୋଲ ଦେଇ ହ୍ୟାଟ୍ରିକ ଅର୍ଜନ କରିଥିବାବେଳେ ଯୁଗରାଜ ସିଂ ୧୭ତମ ମିନିଟରେ ପେନାଲ୍ଟି ଷ୍ଟ୍ରୋକ୍‌ରୁ ଏକ ଗୋଲ ଦେଇଥିଲେ। ୫ମ ଗୋଲଟି ସ୍କୋର କରିଥିଲେ ସେଲଭାମ୍‌ କାର୍ଥି।

ଅଷ୍ଟ୍ରେଲିଆ ପକ୍ଷରୁ ଜୋଶୁଆ ବେଜ୍‌ ୨ୟ, କି ଓ୍ବିଲଟ ୪୨, ବେନ୍‌ ଷ୍ଟେନ୍ସ ୫୨ ଓ ଆରନ ଜେଲସ୍କି ୫୬ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ପ୍ରଥମାର୍ଦ୍ଧ ବେଳକୁ ଭାରତ ୪-୧ ଗୋଲରେ ଅଗ୍ରଣୀ ରହିଥିଲା। ଦ୍ୱିତୀୟ ଭାଗ ଖେଳରେ ଅଷ୍ଟ୍ରେଲିଆ ଆକ୍ରମଣାତ୍ମକ ଖେଳି ପ୍ରତ୍ୟାବର୍ତ୍ତନ ପାଇଁ ପ୍ରୟାସ କରିଥିଲେ ହେଁ ପରାଜୟ ସ୍ବାଦ ଚାଖିଥିଲା। ଚଳିତ ଲିଗ୍‌ରେ ୨ ମ୍ୟାଚରୁ ଅଷ୍ଟ୍ରେଲିଆର ଏହା ଦ୍ୱିତୀୟ ପରାଜୟ। ନିଜର ପୂର୍ବ ମ୍ୟାଚରେ ଦଳ ବିଶ୍ୱ ଚାମ୍ପିୟନ ଜର୍ମାନୀଠାରୁ ଗୋଟିଏ ଗୋଲରେ ହାରିଥିଲା। ଭାରତ ଏହାର ପରବର୍ତ୍ତୀ ମ୍ୟାଚ ସୋମବାର ଜର୍ମାନୀ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri