Posted inଖେଳ

ପ୍ରଥମ ଟି୨୦ ଜିତିଲା ଭାରତ

କାନବେରା, ୪।୧୨- ଦିନିକିଆ ସିରିଜ୍‌ରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିବା ଭାରତୀୟ ଦଳ ବିଜୟ ସହ ଟି୨୦ ସିରିଜ୍‌ ଆରମ୍ଭ କରିଛି। ଏଠାରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌କୁ ୧୧ ରନ୍‌ରେ ଜିତି ନେଇଛି ଭାରତୀୟ ଦଳ। ଏହି ବିଜୟ ସହ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ ବ୍ୟବଧାନର ଅଗ୍ରଣୀ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ।

ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପୁରା ୨୦ ଓଭରରେ ୭ ଉଇକେଟରେ ୧୬୧ ରନ୍‌ କରିଥିଲା। ଦଳ ପାଇଁ ଏକମାତ୍ର ବ୍ୟାଟ୍ସମ୍ୟାନ ଭାବେ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ ଓପନର ଲୋକେଶ ରାହୁଲ । ସେ ୪୦ ବଲରେ ୫ ଚୌକା ଓ ଗୋଟେ ଛକା ବଳରେ ୫୧ ରନ କରିଥିଲେ। ତାଙ୍କ ବ୍ୟତୀତ ରବୀନ୍ଦ୍ର ଜାଡେଜା ୪୪ (୫ ଚୌକା ଓ ଗୋଟେ ଛକା), ସଞ୍ଜୁ ସାମସନ ୨୩ ଓ ହାର୍ଦ୍ଦିକ ପାଣ୍ଡ୍ୟା ୧୬ ରନ୍‌ କରିଥିଲେ। ଏମାନଙ୍କ ବ୍ୟତୀତ ଦୁଇ ଅଙ୍କ ସ୍କୋର ଛୁଇଁବାରେ ବିଫଳ ହୋଇଥିଲେ ଅନ୍ୟ ସମସ୍ତ ଖେଳାଳି। ଘରୋଇ ଦଳ ପାଇଁ ମୋଇସେସ୍‌ ହେନରିକ୍ସ ୩ ଓ ମିଚେଲ ଷ୍ଟାର୍କ ୨ ଉଇକେଟ ନେଇଥିଲେ। ଜବାବରେ ଅଷ୍ଟ୍ରେଲିଆ ଦଳକୁ ଭଲ ଆରମ୍ଭ ଦେଇଥିଲେ ଡାର୍ସି ଶର୍ଟ ଓ ଅଧିନାୟକ ଆରୋନ ଫିଞ୍ଚଙ୍କ ଓପନିଂ ଯୋଡ଼ି । ଦୁହେଁ ପ୍ରଥମ ଉଇକେଟରେ ଦଳ ଲାଗି ଯୋଡ଼ିଥିଲେ ୫୬ ରନ୍‌ । ଏହାପରେ ୟୁଜବେନ୍ଦ୍ର ଚହଲ ଓ ଟି. ନଟରାଜନଙ୍କ ଘାତକ ବୋଲିଂର ସାମ୍ନା କରିପାରି ନ ଥିଲେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ। ଫଳରେ ଘରୋଇ ଦଳ ୭ ଉଇକେଟ ହରାଇ ୧୫୧ ରନ୍‌ କରିବାକୁ ସକ୍ଷମ ହୋଇଛି। ବିଜୟୀ ଦଳ ପକ୍ଷରୁ ନଟରାଜନ ଓ ଚହଲ ୩ ଲେଖାଏ ଉଇକେଟ ହାତେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri