Posted inଖେଳ

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜରେ ଭାରତ ୩-୦ରେ ଅଗ୍ରଣୀ ସହ ଆଗୁଆ ସିରିଜ କବ୍‌ଜା କରିନେଇଛି।

ସ୍ଥାନୀୟ ସିଲ୍‌ହେଟ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ଅଧିନାୟିକା ହରମନପ୍ରୀତ କୌର ଟସ୍‌ ଜିତି ପ୍ରଥମେ ବୋଲିଂ ନେବା ପରେ ବାଂଲାଦେଶ ସ୍କୋରକୁ ଭାରତ ୧୧୭/୮ରେ ସୀମିତ କରିଦେଇଥିଲା। ପରେ ଓପନର ସ୍ମୃତି ମନ୍ଧାନା ଓ ଶେଫାଳି ବର୍ମା ୧୨.୧ ଓଭରରେ ୯୧ ରନ ଯୋଗ କରି ଭାରତକୁ ବିଜୟ ନିକଟତର କରିଦେଇଥିଲେ। ଶେଫାଳି ୩୮ ବଲ୍‌ରେ ୮ ଚୌକା ସହ ୫୧ ରନ କରିଥିବା ବେଳେ ମନ୍ଧାନା ୪୨ ବଲ୍‌ ସାମ୍ନା କରି ୫ ଚୌକା ଓ ଗୋଟିଏ ଛକା ସହ ୪୭ ରନ କରିଥିଲେ। ଶେଫାଳିଙ୍କୁ ରିତୁ ମୋନି କଟ୍‌ ଆଣ୍ଡ ବୋଲ୍ଡ କରିଦେଇଥିବା ବେଳେ ନାହିଦା ଅକତରଙ୍କ ବୋଲିଂରେ ଫାହିମା ଖାତୁନଙ୍କ ଦ୍ୱାରା କ୍ୟାଚ ଆଉଟ ହୋଇଯାଇଥିଲେ ମନ୍ଧାନା । ଦୟାଲାନ ହେମଲତା ୯ ରନ କରି ରାବେୟା ଖାନ୍‌ଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଯାଇଥିଲେ। ଅଧିନାୟିକା ହରମନପ୍ରୀତ କୌର ଓ ଉଇକେଟକିପର ରିଚା ଘୋଷ ଯଥାକ୍ରମେ ୬ ଓ ୮ରନ କରି ଅପରାଜିତ ରହିଥିଲେ।

ପୂର୍ବରୁ ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶର ଆରମ୍ଭ ଉତ୍ସାହଜନକ ଥିଲା। ଦଳ ୬ ପାଓ୍ବାରପ୍ଲେ ଓଭରରେ ବିନା କୌଣସି ଉଇକେଟରେ ୪୪ ରନ କରିଥିଲା। ଓପନର ତଥା ଟପ୍‌ ସ୍କୋରର ଦିଲାରା ଅକତର (୨୫ ବଲ୍‌ରୁ ୩୯ରନ)ଙ୍କ ଉଇକେଟ ପତନ ପରେ ଭାରତୀୟ ବୋଲରମାନେ ଘରୋଇ ଦଳର ବ୍ୟାଟିଂରେ ଅଙ୍କୁଶ ଲଗାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟିକା ତଥା ଉଇକେଟକିପର ନିଗାର ସୁଲ୍‌ତାନା ୨୮ ଓ ଶୋଭାନା ମୋସ୍ତାରି ୧୫ ରନ କରିଥିବା ବେଳେ ଅନ୍ୟ କୌଣସି ବ୍ୟାଟର ଦୁଇ ଅଙ୍କ ସ୍ପର୍ଶ କରିପାରିି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri