Posted inଖେଳ

ଏସିଆ କପ୍‌: ଫାଇନାଲରେ ଭାରତ

ଦୁବାଇ, ୨୪ା୯- ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ବଳରେ ଭାରତ ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ସୁପର-୪ ମ୍ୟାଚରେ ବାଂଲାଦେଶକୁ ୪୧ ରନରେ ପରାସ୍ତ କରିଛି। ଏଥିସହ ଭାରତ ପ୍ରଥମ ଦଳଭାବେ ୪ ପଏଣ୍ଟ ପାଇ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ହେବାକୁଥିବା ପାକିସ୍ତାନ-ବାଂଲାଦେଶ ମ୍ୟାଚର ବିଜେତା ଫାଇନାଲରେ ଭାରତକୁ ଭେଟିବ। ଅନ୍ୟପକ୍ଷରେ ଗତଥରର ଚାମ୍ପିୟନ ଶ୍ରୀଲଙ୍କାର ଅଭିଯାନ ଏଥର ସୁପର-୪ରୁ ଶେଷ ହୋଇଛି।

ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୬୮ ରନ କରିଥିଲା। ୧୬୯ ରନ ବିଜୟ ଲକ୍ଷ୍ୟରେ ବ୍ୟାଟିଂ କରିଥିବା ବାଂଲାଦେଶ ସୈଫ ହୁସେନଙ୍କ ଦୃଢ଼ ବ୍ୟାଟିଂ ସତ୍ତ୍ୱେ ୧୯.୩ ଓଭରରେ ୧୨୭ ରନ କରି ଅଲ୍‌ଆଉଟ ହୋଇ ଯାଇଥିଲା। ସୈଫ ୫୧ ବଲ୍‌ରୁ ସର୍ବାଧିକ ୬୯ (୩ ଚୌକା, ୫ ଛକା) ଓ ପରଭେଜ ହୁସେନ ଇମନଙ୍କ ୨୧ ରନକୁ ଛାଡ଼ିଦେଲେ ଅନ୍ୟ କୌଣସି ବାଂଲାଦେଶ ବ୍ୟାଟର ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ କୁଲଦୀପ ଯାଦବ ୩ଟି, ବରୁଣ ଚକ୍ରବର୍ତ୍ତୀ ଓ ଯଶପ୍ରୀତ୍‌ ବୁମ୍‌ରା ୨ଟି ଲେଖାଏ ଏବଂ ଅକ୍ଷର ପଟେଲ ଓ ତିଲକ ବର୍ମା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ଏସିଆ କପରେ ଟିମ୍ ଇଣ୍ଡିଆ ଏକ ପ୍ରମୁଖ ଶକ୍ତି ହୋଇଛି। ଏହା ଦ୍ୱାଦଶ ଥର ପାଇଁ ସେମାନେ ଫାଇନାଲରେ ପହଞ୍ଚିଛନ୍ତି। ଟିମ୍ ଇଣ୍ଡିଆ ଆଠ ଥର ଏହି ଟୁର୍ଣ୍ଣାମେଣ୍ଟ ଜିତିଛି। ଭାରତୀୟ ଦଳ ୧୯୮୪, ୧୯୮୮, ୧୯୯୦-୯୧, ୧୯୯୫, ୨୦୧୦, ୨୦୧୬, ୨୦୧୮ ଏବଂ ୨୦୨୩ରେ ଏହି ଟୁର୍ଣ୍ଣାମେଣ୍ଟ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri