Posted inଖେଳ

ଇଂଲଣ୍ଡକୁ ୪-୦ରେ ହରାଇଲା ଭାରତ

ଡସେଲଡର୍ଫ, ୨୨ା୮ଭାରତର ଜୁନିୟର ହକି ଦଳ ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଜୁନିୟର ହକି ଟୁର୍ନାମେଣ୍ଟରେ ଇଂଲଣ୍ଡକୁ ୪-୦ ଗୋଲ୍‌ରେ ହରାଇ ଦେଇଛି। ଭାରତ ତରଫରୁ ରାଜିନ୍ଦର ସିଂ (୧୩ତମ), ଅମିର ଅଲି (୩୩ତମ), ଅମନଦୀପ ଲାକ୍ରା (୪୧ତମ) ଓ ଅରିଜିତ୍‌ ସିଂ ହୁଣ୍ଡାଲ (୫୮ତମ) ପ୍ରମୁଖ ଗୋଲ୍‌ ସ୍କୋର କରିଥିଲେ। ମ୍ୟାଚ୍‌ରେ ଭାରତ ସତର୍କତାର ସହ ଆରମ୍ଭ କରିଥିଲା। ରାଜିନ୍ଦର ଏକ ପେନାଲ୍ଟିକୁ ଗୋଲ୍‌ରେ ପରିଣତ କରିବା ପରେ ଭାରତ ୧-୦ ଅଗ୍ରଣୀ ଲାଭ କରିଥିଲା। ଗୋଲ୍‌ ପରିଶୋଧ କରିବା ଲାଗି ଇଂଲଣ୍ଡ ଦଳ ଦ୍ୱିତୀୟ କ୍ୱାର୍ଟରରେ ଆକ୍ରମଣାତ୍ମକ ଖେଳିଥିଲା, ମାତ୍ର ସଫଳ ହୋଇ ନ ଥିଲା। ଫଳରେ ପ୍ରଥମାର୍ଦ୍ଧ ସୁଦ୍ଧା ଭାରତ ୧-୦ରେ ଆଗୁଆ ରହିଥିଲା। ଦ୍ୱିତୀୟାର୍ଦ୍ଧ ଖେଳ ଆରମ୍ଭର ଅଳ୍ପ ସମୟ ମଧ୍ୟରେ ଅମିର ଅଲି ଏକ ଫିଲ୍ଡ ଗୋଲ୍‌ ସ୍କୋର କରି ଇଂଲଣ୍ଡ ଉପରେ ଅଧିକ ଚାପ ସୃଷ୍ଟି କରିଥିଲେ। ୨-୦ରେ ଅଗ୍ରଣୀ ପରେ ଭାରତ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ତୃତୀୟ କ୍ୱାର୍ଟର ଶେଷଭାଗରେ ଅମନଦୀପ ଏକ ପେନାଲ୍ଟି କର୍ନରକୁ ଗୋଲ୍‌ରେ ପରିଣତ କରି ଅଗ୍ରଣୀ ବ୍ୟବଧାନକୁ ବୃଦ୍ଧି କରିଥିଲେ। ଖେଳ ଶେଷହେବାକୁ ଆଉ ୧୫ ମିନିଟ୍‌ ବାକି ରହିଥିବା ବେଳେ ଇଂଲଣ୍ଡ ଗୋଲ୍‌ ସ୍କୋର କରିବା ଲାଗି ଆପ୍ରାଣ ଉଦ୍ୟମ କରିଥିଲା। ଭାରତର ଦୃଢ଼ ପ୍ରତିରୋଧ ଯୋଗୁ ଦଳ ଅସଫଳ ରହିଥିଲା। ଖେଳର ଅନ୍ତିମ କ୍ଷଣରେ ଅରାଇଜିତ୍‌ ଆଉ ଏକ ଗୋଲ୍‌ ସ୍କୋର କରିବାରୁ ଭାରତ ୪-୦ରେ ବିଜୟ ଲାଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri