Posted inଖେଳ

ଟିମ୍‌ ଇଣ୍ଡିଆର କ୍ଲିନ ସୁଇପ୍‌

କୋଲକାତା,୨୧।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ପ୍ରଥମ ଦ୍ୱିପାକ୍ଷିକ ସିରିଜ୍‌ରେ ହିଁ କ୍ଲିନସୁଇପ୍‌ ହାସଲ କରିଛି। ତାହା ପୁଣି ଟି୨୦ ବିଶ୍ୱକପ୍‌ର ଉପବିଜେତା ନ୍ୟୁଜିଲାଣ୍ଡ ବିପକ୍ଷରେ। ରବିବାର ଐତିହାସିକ ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ତୃତୀୟ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ୭୪ ରନ୍‌ରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌କୁ ୩-୦ରେ ମୂଳପୋଛ କରି ନେଇଛି ଘରୋଇ ଦଳ।

ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ଭଳି ଏଥର ମଧ୍ୟ ଟସ୍‌ ଜିତିଥିଲେ ରୋହିତ। କିନ୍ତୁ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଟିମ୍‌ ଇଣ୍ଡିଆକୁ ପୁଣି ଥରେ ଭଲ ଆରମ୍ଭ ଦେଇଥିଲେ ଓପନର। ରୋହିତ ( ୫୬ ରନ୍‌, ୫ ଚୌକା ଓ ୩ ଛକା) ଓ ଉପଅଧିନାୟକ ଲୋକେଶ ରାହୁଲଙ୍କ ବଦଳରେ ଖେଳିଥିବା ଇଶାନ କିଷନ (୨୯ ରନ୍‌, ୬ ଚୌକା) ପାଓ୍ବରପ୍ଲେରେ ୬୯ ରନ୍‌ ଯୋଡ଼ିଥିଲେ। କିନ୍ତୁ ମଧ୍ୟକ୍ରମର ସମସ୍ତ ବ୍ୟାଟର ବିଫଳ ହୋଇଥିଲେ। ମାତ୍ର ଶେଷ ଆଡ଼କୁ ହର୍ଶଲ ପଟେଲ (୧୮ ରନ୍‌, ୨ ଚୌକା ଓ ୧ ଛକା) ଓ ଦୀପକ ଚହର (୨୧ ରନ୍‌, ୨ ଚୌକା ଓ ୧ ଛକା)ଙ୍କ ପାଇଁ ଭାରତ ୨୦ ଓଭରରେ ୭ ଉଇକେଟ ହରାଇ ୧୮୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ନ୍ୟୁଜିଲାଣ୍ଡ ପାଇଁ ଅଧିନାୟକ ମିଚେଲ ସାଣ୍ଟନର ୩ ଉଇକେଟ ନେଇଥିଲେ।

ଜବାବରେ ଆରମ୍ଭରୁ ଅକ୍ଷର ପଟେଲ ୩ ଉଇକେଟ ନେଇ ନ୍ୟୁଜିଲାଣ୍ଡକୁ ବହୁ ପଛକୁ ଠେଲି ଦେଇଥିଲେ। କେବଳ ମାର୍ଟିନ ଗୁପଟିଲ (୫୧ ରନ୍‌, ୪ ଲେଖାଏ ଚୌକା ଓ ଛକା)ଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ବ୍ୟାଟର କ୍ରିଜ୍‌ରେ ଅଧିକ ସୟମ ଛିଡ଼ା ହୋଇପାରି ନ ଥିଲେ। ଫଳରେ ୧୧୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା ନ୍ୟୁଜିଲାଣ୍ଡ ଦଳ। ପୂର୍ବ ମ୍ୟାଚ୍‌ରେ ୨ ଉଇକେଟ ନେଇ ଚର୍ଚ୍ଚାକୁ ଆସିଥିବା ହର୍ଶଲ ପଟେଲ ଏଥର ମଧ୍ୟ ୨ ଉଇକେଟ ହାତେଇଥିଲେ। ତାଙ୍କ ବ୍ୟତୀତ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ ଦୀପକ ଚହର, ଭେଙ୍କଟେଶ ଆୟାର ଓ ଅକ୍ଷର ପଟେଲ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri