Posted inଖେଳ

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି ପାକିସ୍ତାନର ‘ଲଙ୍କା’ ଜଳାଇ ଦେଇଛି।

ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ଓପନର୍ ଇଶାନ କିଷାନ ମାତ୍ର ୨୭ ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ମୋଟ ୭୭ ରନ୍‌ର ଏକ ଦ୍ରୁତ ଇନିଂସ ଖେଳି ଭାରତୀୟ ସ୍କୋରକୁ ୧୭୫ ରନ୍‌ରେ ପହଞ୍ଚାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।

୧୭୬ ରନ୍‌ର ପିଛା କରୁଥିବା ପାକିସ୍ତାନ ଦଳ ଭାରତୀୟ ବୋଲରଙ୍କ ଘାତକ ଆକ୍ରମଣ ଆଗରେ ତିଷ୍ଠି ପାରିନଥିଲା। ପାୱାରପ୍ଲେ ସୁଦ୍ଧା ଦଳ ଗୁରୁତ୍ୱପୂର୍ଣ୍ଣ ୱିକେଟ୍ ହରାଇ ଚାପରେ ପଡ଼ିଯାଇଥିଲା। ପାକିସ୍ତାନ ମାତ୍ର ୧୮ ଓଭରରେ ୧୧୪ ରନ୍ କରି ଅଲ୍-ଆଉଟ୍ ହୋଇଯାଇଥିଲା। ଭାରତ ପକ୍ଷରୁ ଜସପ୍ରୀତ ବୁମ୍ରା, ହାର୍ଦ୍ଦିକ ପାଣ୍ଡ୍ୟା ଓ ଅକ୍ଷର ପଟେଲ ଶୃଙ୍ଖଳିତ ବୋଲିଂ କରି ପାକ୍ ବ୍ୟାଟରଙ୍କୁ ରନ୍ କରିବାର ସୁଯୋଗ ଦେଇନଥିଲେ।

ଏହି ବିଜୟ ସହ ଭାରତ ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷରେ ନିଜର ଦବଦବା ବଜାୟ ରଖିବା ସହ ସୁପର-୮ ପର୍ଯ୍ୟାୟ ପାଇଁ ନିଜର ସ୍ଥାନ ପକ୍କା କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri