Posted inଖେଳ

ପାକିସ୍ତାନକୁ ହରାଇ ବ୍ରୋଞ୍ଜ ଜିତିଲା ଭାରତ

ଢାକା,୨୨।୧୨: ଅଲିମ୍ପିକ୍‌ ବ୍ରୋଞ୍ଜ ପଦକ ହାତେଇଥିବା ଭାରତ ଚଳିତ ଏସିଆ ଚାମ୍ପିୟନଶିପ୍‌ ଟ୍ରଫି ହକି ଟୁର୍ନାମେଣ୍ଟରେ ବ୍ରୋଞ୍ଜ ପଦକ ଜିତିଛି। ତାହା ପୁଣି ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ। ବୁଧବାର ଖେଳାଯାଇଥିବା ପ୍ଲେଅପ୍‌ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ୪-୩ ଗୋଲରେ ପାକିସ୍ତାନକୁ ହରାଇ ଦେଇଛି।

ପୂରା ମ୍ୟାଚ୍‌ରେ ଦୁଇ ଦଳ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ପ୍ରଥମ କ୍ୱାର୍ଟରରେ ଭାରତକୁ ମିଳିଥିବା ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରିଥିଲେ ହରମନପ୍ରୀତ ସିଂ। କିନ୍ତୁ ଆଫ୍ରାଜଙ୍କ ଗୋଲ ବଳରେ ସ୍କୋର ଲାଇନ୍‌କୁ ବରାବର ରଖିଥିଲା ପାକିସ୍ତାନ। ଏହି ସ୍କୋର ଲାଇନ ପ୍ରଥମାର୍ଦ୍ଧ ପର୍ଯ୍ୟନ୍ତ ଜାରି ରହିଥିଲା। ତୃତୀୟ କ୍ୱାର୍ଟରରେ ଅବଦୁଲ ରାଣାଙ୍କ ଗୋଲ ପାକିସ୍ତାନକୁ ଆଣି ଦେଇଥିଲା ୨-୧ର ଅଗ୍ରଣୀ। ପରବର୍ତ୍ତୀ ମୁହୂର୍ତ୍ତରେ ବରୁନ କୁମାର ଏବଂ ଗୁରସାହିବଜିତ୍‌ ସିଂଙ୍କ ଗୋଲ ଯୋଗୁ ଟିମ୍‌ ଇଣ୍ଡିଆ ମ୍ୟାଚ୍‌କୁ ଫେରିଥିଲା। ଚତୁର୍ଥ କ୍ୱାର୍ଟରରେ ଭାରତ ପାଇଁ ଅନ୍ତିମ ଗୋଲ ସ୍କୋର କରିଥିଲେ ଆକାଶଦୀପ ସିଂ। ଶେଷ ଆଡ଼କୁ ପାକିସ୍ତାନ ଖେଳାଳିମାନେ ତୃତୀୟ ଗୋଲ କରିଥିଲେ ମଧ୍ୟ ତାହା ଭାରତକୁ ମ୍ୟାଚ୍‌ ଜିତିବାରୁ ରୋକି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri