Posted inଖେଳ

ଅଲିମ୍ପିକ୍ସରେ ହକିରେ ଆର୍ୟଲ୍ୟାଣ୍ଡକୁ ହରାଇଲା ଭାରତ, ହରମନପ୍ରୀତଙ୍କ ଦମ୍‌ଦାର ପ୍ରଦର୍ଶନ

ପ୍ୟାରିସ,୩୦।୭: ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମର ବିଜୟ ଧାରା ଜାରି ରହିଛି। ଆଜି ଗ୍ରୁପ ପର୍ଯ୍ୟାୟର ତୃତୀୟ ମ୍ୟାଚ୍‌ରେ ଦଳ ଆର୍ୟଲ୍ୟାଣ୍ଡକୁ ୨-୦ ଗୋଲରେ ହରାଇ ଦେଇଛି। ଦଳ ପକ୍ଷରୁ ଦୁଇଟି ଯାକ ଗୋଲ ଅଧିନାୟକ ହରମନପ୍ରୀତ ସିଂହ ଦେଇଛନ୍ତି। ପ୍ରଥମ ମ୍ୟାଚ୍‌ରେ ଦଳ ନ୍ୟୁଜିଲ୍ୟାଣ୍ଡକୁ ଓ ଦ୍ୱିତୀୟ ମ୍ୟାଚ୍‌ରେ ଆର୍ଜେଣ୍ଟିନା ସହ ସ୍ଥିତି ଡ୍ର ରଖିଥିଲା। ଏବେ ଭାରତ ତା’ର ପରବର୍ତ୍ତୀ ଦୁଇଟି ମୁକାବିଲାରେ ବେଲଜିୟମ ଓ ଅଷ୍ଟ୍ରେଲିଆକୁ ଭେଟିବ।

ଆଜିର ମ୍ୟାଚ୍‌ରେ ଭାରତ ଆରମ୍ଭରୁ ହିଁ ଆୟର୍ଲ୍ୟାଣ୍ଡ ଉପରେ ଚାପ ପକାଇଥିଲା। ମ୍ୟାଚ୍‌ର ୧୧ ତମ ମିନିଟରେ ଭାରତକୁ ଗୋଲ କରିବାର ଅପୂର୍ଣ୍ଣ ସୁଯୋଗ ମିଳିଥିଲା। ଆର୍ୟଲ୍ୟାଣ୍ଡ ଖେଳାଳି ଡି’ ଭିତରେ ମନଦୀପ ସିଂହଙ୍କୁ ଫାଉଲ ମାରିବାରୁ ଭାରତକୁ ପେନାଲ୍ଟି ଷ୍ଟ୍ରୋକ ମିଳିଥିଲା। ଏହାକୁ ଗୋଲରେ ପରିଣତ କରି ହରମନପ୍ରୀତ ସିଂହ ଭାରତକୁ ୧-୦ରେ ଆଗୁଆ କରି ଦେଇଥିଲେ।

ଦ୍ୱିତୀୟ କ୍ୱାର୍ଟରରେ ଭାରତ ଆକ୍ରମଣକୁ ଆହୁରି ଜୋରଦାର କରିଥିଲା। ଏହାର ଫାଇଦା ଦଳକୁ ୧୯ତମ ମିନିଟରେ ମିଳିଥିଲା। ଭାରତକୁ ମିଳିଥିବା ଆଉ ଏକ ପିସିକୁ ପୁଣି ହରମନପ୍ରୀତ ଗୋଲରେ ପରିଣତ କରିଥିଲେ। ଏଥିସହ ଭାରତକୁ ୨-୦ ଲିଡ ଦେଇଥିଲେ। ଭାରତ ଆଗରେ ଥିଲେ ହେଁ ଆଟାକ ବନ୍ଦ କରି ନଥିଲା।

ଶେଷ କ୍ୱାର୍ଟରରେ ଆୟର୍ଲ୍ୟାଣ୍ଡ ଆଟାକିଂ ହକି ଖେଳିଥିଲା। ଦଳ ଭାରତର ଡିଫେନ୍ସ ଭାଗକୁ ମଧ୍ୟ ଭେଦ କରି ବାରମ୍ବର ଡି’ରେ ପ୍ରବେଶ କରିଥିଲା। ଏଥିସହ ଏକାଧିକ ପିସି ମଧ୍ୟ ଦଳକୁ ମିଳିଥିଲା। ହେଲେ ଭାରତୀୟ ଟିମର ଭେଟରାନ ଗୋଲକିପର ଶ୍ରୀଜେଶ ଆର୍ୟଲ୍ୟାଣ୍ଡର ସବୁ ପ୍ରୟାସକୁ ଭଣ୍ଡୁର କରି ଦେଇଥିଲେ। ଶେଷରେ ଭାରତ ୨-୦ରେ ମ୍ୟାଚ୍‌ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri