Posted inଖେଳ

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଛି।

ମ୍ୟାଚ୍‌ର ପ୍ରଥମ କ୍ୱାର୍ଟରରେ ଭାରତ ୨ଟି ଗୋଲ କରି ଦମ୍‌ଦାର ଆରମ୍ଭ କରିଥିଲା। ସଞ୍ଜୟ ରାଣା ଏବଂ ଅଧିନାୟକ ହରମନପ୍ରୀତ ସିଂହ ପେନାଲ୍ଟି କନର୍ର୍ରରୁ ଗୋଲ କରିଥିଲେ। ତୃତୀୟ କ୍ୱାର୍ଟରରେ ହରମନପ୍ରୀତ ନିଜର ଦ୍ୱିତୀୟ ଗୋଲ କରି ଭାରତର ଅଗ୍ରଣୀକୁ ୩-୦ କରି ନେଇଥିଲେ।

ଚତୁର୍ଥ କ୍ୱାର୍ଟରର ୫୫ତମ ମିନିଟ୍‌ରେ ୱେଲ୍ସ ପକ୍ଷରୁ ସାମ ୱେଲ୍ସ ଗୋଟିଏ ଗୋଲ କରିଥିଲେ। ହେଲେ ଶେଷ ପର୍ଯ୍ୟନ୍ତ ଭାରତ ଅଗ୍ରଣୀ ବଜାୟ ରଖି ୩-୧ରେ ବିଜୟ ହୋଇଥିଲା। ମ୍ୟାଚ୍‌ରେ ଭାରତ ନୂଆ ଗେରୁଆ ରଙ୍ଗର ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲା। ଜର୍ସିକୁ ନେଇ ଚର୍ଚ୍ଚା ଓ ବିବାଦ ଦେଖାଦେଇଥିଲେ ମଧ୍ୟ ବିଶ୍ୱକପ୍‌ରେ ଏହା ପ୍ରଥମଥର ପାଇଁ ଖେଳାଳି ପରିଧାନ କରିଥିଲେ।

ପୁଲ-ଡିରେ ଭାରତର ପରବର୍ତ୍ତୀ ମୁକାବିଲା ଇଂଲଣ୍ଡ ବିପକ୍ଷରେ ଅଗଷ୍ଟ ୧୭ ତାରିଖରେ ହେବ। ଅଗଷ୍ଟ ୧୯ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ ଭାରତ। ନକଆଉଟ ପର୍ଯ୍ୟାୟରେ ସ୍ଥାନ ପକ୍କା କରିବା ପାଇଁ ଏହି ଦୁଇଟି ମ୍ୟାଚ ଭାରତ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri