Posted inଖେଳ

IND vs ENG: ନାଗପୁରରେ ଚମକିଲା ଭାରତ, ୪ ଉଇକେଟ୍‌ରେ ଇଂଲଣ୍ଡ ପରାସ୍ତ

ନାଗପୁର,୨୬।୨: ନାଗପୁରରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ଭାରତ ଇଂଲଣ୍ଡକୁ ୪ ଉଇକେଟ୍‌ରେ ପରାସ୍ତ କରିଛି। ଟିମ ଇଣ୍ଡିଆର ବିଜୟରେ ଶୁଭମନ ଗିଲ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛନ୍ତି, ଯିଏକି ୮୭ ରନର ଇନିଂସ ଖେଳଛନ୍ତି। ଏହା ବ୍ୟତୀତ ଶ୍ରେୟସ ଆୟର ଏବଂ ଅକ୍ଷର ପଟେଲ ମଧ୍ୟ ଅର୍ଦ୍ଧଶତକ ହାସଲ କରି ଭାରତୀୟ ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଛନ୍ତି। ଟିମ ଇଣ୍ଡିଆ ପକ୍ଷରୁ ମଧ୍ୟ ଦୃଢ଼ ବୋଲିଂ କରାଯାଇଥିଲା, କାରଣ ହର୍ଷିତ ରାଣା ଏବଂ ରବିନ୍ଦ୍ର ଜାଡେଜା ତିନୋଟି ଲେଖାଏ ଉଇକେଟ୍‌ ନେଇଛନ୍ତି। ଟିମ ଇଣ୍ଡିଆ ଏହି ମ୍ୟାଚରେ ୬୮ ବଲ ବାକି ଥାଇ ଜିତି ନେଇଥିଲା।

ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଇଂଲଣ୍ଡ ଦଳ ଆରମ୍ଭରୁ ଭଲ ପ୍ରଦର୍ଶନ କରିଥିଲା। ଫିଲ ସଲ୍ଟ ଏବଂ ବେନ ଡକେଟ ପ୍ରଥମ ୮ ଓଭରରେ ୭୧ ରନ୍‌ କରିଥିଲେ। ଏହା ପରେ ଇଂଲଣ୍ଡ ଦଳ କୌଣସି ବଡ଼ ଭାଗୀଦାରି କରିପାରିଲା ନାହିଁ। ଜସ ବଟଲର୍‌ ଏବଂ ଜାକବ ବେଥେଲ ନିଶ୍ଚିତ ଭାବରେ ଅର୍ଦ୍ଧଶତକ ହାସଲ କରିଥିଲେ, କିନ୍ତୁ ଜୋ ରୁଟ ଏବଂ ହ୍ୟାରି ବ୍ରୁକ ସମେତ ଅନ୍ୟ ସମସ୍ତ ବ୍ୟାଟ୍ସମ୍ୟାନ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ ଏବଂ ସମଗ୍ର ଦଳ ୨୪୮ ରନରେ ଅଲଆଉଟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାଯର୍ର୍‌ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri