Posted inଖେଳ

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପ୍‌ ଗ୍ରୁପ୍ ପର୍ଯ୍ୟାୟରେ ଲଗାତାର ଚତୁର୍ଥ ବିଜୟ ହାସଲ କରି ନିଜର ଅପରାଜେୟ ଯାତ୍ରା ଜାରି ରଖିଛି।

ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୧୯୩ ରନ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଶିବମ ଦୁବେ ମାତ୍ର ୩୧ ବଲରେ ୬୬ ରନର ଏକ ବିସ୍ଫୋରକ ପାଳି ଖେଳିଥିଲେ, ଯେଉଁଥିରେ ୪ଟି ଚୌକା ଓ ୬ଟି ଛକା ସାମିଲ ଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ୩୪ ରନ, ହାର୍ଦ୍ଦିକ ପାଣ୍ଡ୍ୟା ୩୦ ରନ ଏବଂ ତିଲକ ବର୍ମା ୨୮ ରନ କରିଥିଲେ।

୧୯୪ ରନର ବିଶାଳ ଲକ୍ଷ୍ୟକୁ ପିଛା କରି ନେଦରଲ୍ୟାଣ୍ଡ ଦଳ ଶେଷ ପର୍ଯ୍ୟନ୍ତ ଲଢ଼େଇ କରିଥିଲେ ମଧ୍ୟ ୧୭୬/୭ ରନରେ ସୀମିତ ରହିଥିଲା। ଦଳ ପକ୍ଷରୁ ବାସ୍ ଡି ଲିଡେ (୩୩) ଏବଂ କଲିନ୍ ଆକରମ୍ୟାନ୍ (୨୩) ମଧ୍ୟଭାଗରେ ଭଲ ବ୍ୟାଟିଂ କରିଥିଲେ। ଶେଷ ଆଡ଼କୁ ଜ୍ୟାକ୍ ଲାୟନ୍ କ୍ୟାସେଟ୍ ଏବଂ ନୋଆ କ୍ରୋସ୍ ଦ୍ରୁତ ଗତିରେ ରନ୍ ସଂଗ୍ରହ କରି ମ୍ୟାଚକୁ ରୋମାଞ୍ଚକର କରିଥିଲେ। ଶେଷ ଓଭରରେ ଜିତିବା ପାଇଁ ୨୮ ରନ ଆବଶ୍ୟକ ଥିବାବେଳେ ଶିବମ ଦୁବେ ମାତ୍ର ୧୦ ରନ ଦେଇ ଭାରତକୁ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri