ୟୁଏନ୍‌ଏସ୍‌ସି ଅସ୍ଥାୟୀ ସଦସ୍ୟ ହେଲା ଭାରତ

ଜାତିସଂଘ, ୨।୧(ଆଇଏଏନ୍‌ଏସ୍‌): ସ୍ଥାୟୀ ସଦସ୍ୟତା ଦାବି କରିଆସୁଥିବା ଭାରତ ଶୁକ୍ରବାର ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ର ଅସ୍ଥାୟୀ ସଦସ୍ୟ ହୋଇଛି। ଏବେ ସଦସ୍ୟ ଭାବେ ଭାରତ ଏହାର ‘ବସୁଧୈବ କୁଟୁମ୍ବକମ୍‌’ ବା ସାରା ବିଶ୍ୱ ଏକ ପରିବାର ନୀତିକୁ ପ୍ରସାର କରିପାରିବା ସହ ଆତଙ୍କବାଦ ବିରୋଧରେ ଦୃଢ଼ ସ୍ବର ଉତ୍ତୋଳନ କରିପାରିବ। ଏହା ବ୍ୟତୀତ କଶ୍ମୀର ପ୍ରସଙ୍ଗ ଉଠାଇବା ଲାଗି ଚାଇନା କରୁଥିବା ଉଦ୍ୟମର ମୁକାବିଲା କରିପାରିବ ଭାରତ। ବିଶ୍ୱ ଏବେ କୋଭିଡ୍‌-୧୯ ମହାମାରୀ ସମସ୍ୟାରୁ ମୁକୁଳି ପରିବର୍ତ୍ତନର ବାସ୍ତବତାକୁ ସମ୍ମୁଖୀନ ହେବାର ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ଥିଲାବେଳେ ନୂଆ ବ୍ୟବସ୍ଥାକୁ ରୂପ ଦେବାରେ ନୂଆଦିଲ୍ଲୀ ସହାୟତା କରିପାରିବ। ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଟି.ଏସ୍‌. ତିରୁମୂର୍ତ୍ତି ସୋମବାର ସକାଳେ ଅନୁଷ୍ଠିତ କାଉନସିଲ୍‌ ବୈଠକରେ ଆନୁଷ୍ଠାନିକ ଭାବେ ଆସନ ଗ୍ରହଣ କରିବେ। ସେଦିନ ମଧ୍ୟାହ୍ନରେ (ଭାରତୀୟ ସମୟ ସକାଳ ୧୦ଟା ୩୦) ହେବାକୁ ଥିବା ଉତ୍ସବରେ କାଉନସିଲ୍‌ ଚାମ୍ବର ଆଗରେ ଭାରତର ପତାକା ଲାଗିବ। ୧୫ ସଦସ୍ୟ ବିଶିଷ୍ଟ ସୁରକ୍ଷା ପରିଷଦର ଅସ୍ଥାୟୀ ସଦସ୍ୟ ଭାବେ ଭାରତ ଅଷ୍ଟମ ଥର ପାଇଁ ନିର୍ବାଚିତ ହୋଇଛି। ୧୯୨ ସଦସ୍ୟଙ୍କ ମଧ୍ୟରୁ ୧୮୪ ଜଣ ଭାରତର ସଦସ୍ୟତା ସପକ୍ଷରେ ଭୋଟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri