Posted inଖେଳ

ବିଶ୍ୱର ନମ୍ବର-୧ ଟିମ୍‌ ହେଲା ଭାରତ

ନୂଆଦିଲ୍ଲୀ,୧୫।୨: ନାଗପୁରରେ ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଟେଷ୍ଟ ମାନ୍ୟତାରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଷ୍ଟ ମାନ୍ୟତାରେ, ଯେଉଁଠାରେ ଟିମ ଇଣ୍ଡିଆ ୧୧୫ ପଏଣ୍ଟ ସହ ପ୍ରଥମ ସ୍ଥାନରେ ପହଞ୍ଚିଛି, ଅଷ୍ଟ୍ରେଲିଆ ଦଳ ବର୍ତ୍ତମାନ ୧୧୧ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ବର୍ତ୍ତମାନ ଭାରତୀୟ ଦଳ କ୍ରିକେଟର ତିନୋଟି ଫର୍ମାଟର ର଼୍ୟାଙ୍କିଙ୍ଗରେ ଏକ ନମ୍ବର ଦଳ ହୋଇପାରିଛି।
ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ପୂର୍ବରୁ ଭାରତୀୟ ଦଳ ଟେଷ୍ଟ ର଼୍ୟାଙ୍କିଙ୍ଗରେ ଦ୍ୱିତୀୟ ସ୍ଥାନରେ ଥିବାବେଳେ କଙ୍ଗାରୁ ଦଳ ପ୍ରଥମ ସ୍ଥାନରେ ଥିଲା। ନାଗପୁରରେ ଏକପାଖିଆ ବିଜୟର ଲାଭ ପାଇ ଏବେ ଭାରତୀୟ ଦଳ ସମସ୍ତ ଫର୍ମାଟରେ ବିଶ୍ୱ କ୍ରିକେଟରେ ଏକ ନମ୍ବର ଦଳ ହୋଇପାରିଛି।
ଭାରତୀୟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ଟିମ ଇଣ୍ଡିଆ କ୍ରିକେଟର ତିନୋଟି ଫର୍ମାଟରେ ନମ୍ବର-୧ ସ୍ଥାନ ଅଧିକାର କରିବାରେ ସଫଳ ହୋଇଛି। ନାଗପୁର ଟେଷ୍ଟ ମ୍ୟାଚରେ ପ୍ରବେଶ କରିବା ପୂର୍ବରୁ ଅଷ୍ଟ୍ରେଲିଆ ଦଳ ୧୨୬ ପଏଣ୍ଟ ପାଇଥିଲା, ଯାହା ପରେ ପରାଜୟ ଯୋଗୁ ଦଳ ୧୧୧ ପଏଣ୍ଟକୁ ଖସି ଆସିଥିଲା। ଏଥିସହିତ ଭାରତୀୟ ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ସ୍ଥାନ ପାଇଛି। ଯଦି ଏହି ଟେଷ୍ଟ ସିରିଜର ଅବଶିଷ୍ଟ ୩ଟି ମ୍ୟାଚ ମଧ୍ୟରୁ ୨ଟି ଜିତିବାରେ ସଫଳ ହୁଏ, ତେବେ ଭାରତ ଫାଇନାଲରେ ନିଜର ସ୍ଥାନ ସୁରକ୍ଷିତ କରିବ।
ନାଗପୁର ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ଏବଂ ରବିନ୍ଦ୍ର ଜାଡେଜାଙ୍କ ଚମତ୍କାର ସ୍ପିନ ଯୋଡି ସ୍ପଷ୍ଟ ଭାବେ ଦେଖିବାକୁ ମିଳିଥିଲା। ଉଭୟ ଏକାଠି ମୋଟ ୧୫ଟି ଉଇକେଟ ନେଇଥିଲେ। ବର୍ତ୍ତମାନ ଅଶ୍ୱିନ ୮୪୬ ରେଟିଂ ପଏଣ୍ଟ ସହ ସର୍ବଶେଷ ଆଇସିସି ଟେଷ୍ଟ ବୋଲିଂ ର଼୍ୟାଙ୍କିଙ୍ଗରେ ସିଧାସଳଖ ଚତୁର୍ଥରୁ ଦ୍ୱିତୀୟରେ ପହଞ୍ଚିଛନ୍ତି। ଏଥି ସହିତ ପ୍ରଥମ ମାନ୍ୟତା ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସଙ୍କ ସହ ତାଙ୍କର ପାର୍ଥକ୍ୟ ୨୧ ରେଟିଂ ପଏଣ୍ଟକୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri