ଭାରତ ପାଲଟିଛି ପୃଥିବୀର କରୋନା କ୍ୟାପିଟାଲ: ଜବାବ ଦିଅନ୍ତୁ ମୋଦି

ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ଘେରିବା ଆରମ୍ଭ ହୋଇଛି। କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା କହିଛନ୍ତି ଯେ, ମୋଦି କରୋନା ରୋକିବା କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ହୋଇନ୍ତି। ମହାମାରୀକୁ ଯେଉଁଭଳି ଭାବେ ରୋକା ଯାଇପାରିଥାନ୍ତା ତାହାର ଯୋଜନା କରାଯାଇନାହିଁ। ବିନା ଯୋଜନାରେ ସରକାର କରୋନା ଲଢ଼େଇରେ ସାମିଲ ହୋଇ ଦେଶବାସୀଙ୍କୁ ହାଣ ମୁହଁରେ ପକାଇ ଦେଇଛନ୍ତି। ଏହାର ଜବାବ ମୋଦିଙ୍କୁ ଦେବାକୁ ପଡ଼ିବ ବୋଲି ସେ କହିଛନ୍ତି। କରୋନାରୁ ମୁକ୍ତି ଏବଂ ବୁଡ଼ିଯାଉଥିବା ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବାରେ କିଭଳି ଯୋଜନାବଦ୍ଧ ଭୂମିକା ଗ୍ରହଣ କରାଯିବ ସେ ନେଇ ସରକାର ନିଜ ପକ୍ଷ ରଖନ୍ତୁ ବୋଲି ରଣଦୀପ୍‌ କହିଛନ୍ତି। ମୋଦି କହିଥିଲେ ମହାଭାରତ ଯୁଦ୍ଧ ୧୮ ଦିନରେ ଶେଷ ହୋଇଥିଲା। କରୋନା ସହିତ ଲଢ଼େଇ ୨୧ ଦିନରେ ଶେଷ ହେବ। ତେବେ ଇତିମଧ୍ୟରେ ୧୬୬ ଦିନ ବିତି ଯାଇଥିଲେ ବି ଦେଶରେ କରୋନା ତାଣ୍ଡବ ଜାରି ରହିଛି। ଦେଶରେ ଲୋକେ କରୋନାରେ ଆକ୍ରାନ୍ତ ହୋଇ ମରୁଥିବାବେଳେ ମୋଦି ମୟୂରକୁ ଦାନା ଖାଇବାକୁ ଦେଉଛନ୍ତି। ଦେଶରେ କରୋନା ଯୋଦ୍ଧା ଲଢ଼େଇ ଜାରି ରଖିଛନ୍ତି। ମାତ୍ର ସେନାପତି ଯୁଦ୍ଧର ନେତୃତ୍ୱ ନ ନେଇ ଲୁଚି ଯାଇଛନ୍ତି। ଫଳରେ ଏବେ ଭାରତ କରୋନା ସଂକ୍ରମଣରେ ପୃଥିବୀର କ୍ୟାପିଟାଲ ପାଲଟିଛି। ଏହି ଧାରା ଜାରି ରହିଲେ ସେପ୍ଟେମ୍ବର ୩୦ ବେଳକୁ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା କୋଟିଏ ୪୦ ଲକ୍ଷରୁ ଅଧିକରେ ପହଞ୍ଚିବାର ଆଶଙ୍କା ରହିଛି। ସେହିପରି ମୃତ୍ୟୁ ସଂଖ୍ୟା ଲକ୍ଷେ ୭୫ ହଜାରରୁ ଅଧିକ ଛୁଇଁବ। ବିନା ବିଚାର ବିମର୍ଷରେ ମାତ୍ର ୩ ଘଣ୍ଟାରେ ଦେଶରେ ଲକ୍‌ଡାଉନ୍‌ ଜାରି କରିବା ମୋଦି ସରକାରଙ୍କ ବଡ଼ ଭୁଲ୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri