ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି । ସାମ୍ପ୍ରତିକ ତଥ୍ୟ ଅନୁସାରେ, ୨୦୩୦ ସୁଦ୍ଧା ଭାରତ ଜର୍ମାନୀକୁ ଅତିକ୍ରମ କରି ତୃତୀୟ ସ୍ଥାନ ଅଧିକାର କରିବା ପଥରେ ଅଗ୍ରସର ହେଉଛି ।

୨୦୨୫-୨୬ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଭାରତର ପ୍ରକୃତ GDP ଅଭିବୃଦ୍ଧି ୮.୨ ପ୍ରତିଶତ ରହିଛି, ଯାହା ଗତ ୬ଟି ତ୍ରୈମାସିକ ମଧ୍ୟରେ ସର୍ବାଧିକ । ୨୦୩୦ ସୁଦ୍ଧା ଭାରତର GDP ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ ବୋଲି ଆକଳନ କରାଯାଇଛି ।

ବର୍ତ୍ତମାନ ଆମେରିକା ପ୍ରଥମ ଏବଂ ଚାଇନା ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଭାରତ ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛି । ବିଶ୍ୱ ବ୍ୟାଙ୍କ, IMF ଏବଂ ମୁଡିସ୍ ଭଳି ସଂସ୍ଥାଗୁଡ଼ିକ ଭାରତର ଏହି ଦ୍ରୁତ ଅଭିବୃଦ୍ଧିକୁ ନେଇ ସକାରାତ୍ମକ ମତ ପ୍ରକାଶ କରିଛନ୍ତି ।

ସରକାରଙ୍କ ସୂଚନା ଅନୁଯାୟୀ, ଦେଶରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣରେ ରହିବା ସହ ବେକାରୀ ହାର ହ୍ରାସ ପାଉଛି । ରପ୍ତାନି କ୍ଷେତ୍ରରେ ଉନ୍ନତି ଏବଂ ସହରାଞ୍ଚଳରେ ଖାଉଟିଙ୍କ ଚାହିଦା ବୃଦ୍ଧି ପାଇବା ଯୋଗୁଁ ଭାରତୀୟ ଅର୍ଥନୀତି ଅଧିକ ସୁଦୃଢ଼ ହେବାରେ ଲାଗିଛି । ୨୦୪୭ ସୁଦ୍ଧା ଭାରତକୁ ଏକ ଉଚ୍ଚ ମଧ୍ୟମ ଆୟକାରୀ ଦେଶରେ ପରିଣତ କରିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?