Posted inଜାତୀୟ

ଏଲଏସିରେ ଭାରତ ଦୃଢ଼ ସୁରକ୍ଷା ପ୍ରସ୍ତୁତି: ୬୮ ହଜାର ଅତିରିକ୍ତ ଯବାନ, ୯୦ ଟ୍ୟାଙ୍କ ମୁତୟନ…

ଲେହ,୧୪।୮ : ଭାରତ ଏଲଏସି ସୁରକ୍ଷା ଉପରେ ଅଧିକ ଗୁରୁତ୍ୱାରୋପ କରୁଛି। ପୂର୍ବ ଲଦାଖରେ ଭାରତ ତାଇନା ଅନ୍ତର୍ଜାତୀୟ ସୀମାରେ ୬୮ ହଜାର ଅତିରିକ୍ତ ଯବାନ ଏବଂ ୯୦ ଟ୍ୟାଙ୍କ ନିୟୋଜିତ କରାଯାଇଛି।

ମିଗ -୨୯ ସ୍କ୍ବଡ୍ରନ ଏବଂ ଡ୍ରୋନ ମଧ୍ୟ କଶ୍ମୀରରେ ସୂରକ୍ଷା କାର୍ଯ୍ୟରେ ନିୟୋଜିତ କରାଯାଇଛି। ଯାହା ଦ୍ୱାରା ଉଭୟ ପାକିସ୍ଥାନ ଏବଂ ଚାଇନ ସୀମା ଉପରେ ନଜର ରଖାଯାଇ ପାରିବ।

ଭାରତୀୟ ବାୟୁସେନା ବର୍ତ୍ତମାନ ଲଦାଖରୁ ଯୁଦ୍ଧ ବିମାନ ଅପରେଶନ ପାଇଁ ତୃତୀୟ ଏୟାରବେସ ପାଇବାକୁ ଯାଉଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଭାରତୀୟ ବାୟୁସେନାର ନିଓମା ଆଡଭାନ୍ସ ଲ୍ୟାଣ୍ଡିଂ ଗ୍ରାଉଣ୍ଡକୁ ୧୩୭୦୦ ଫୁଟ ଉଚ୍ଚରେ ନବୀକରଣ କରି ଏକ ନୂତନ ଯୁଦ୍ଧ ବିମାନ ବେସ ପ୍ରସ୍ତୁତ କରାଯାଉଛି। ପ୍ରାୟ ୨.୭ କିଲୋମିଟର ଲମ୍ବା ରନୱେ ସମ୍ପୂର୍ଣ୍ଣ କଂକ୍ରିଟ ହେବ ଏବଂ ରନୱେ ସହିତ ବାକି କାର୍ଯ୍ୟ ମଧ୍ୟ ଆସନ୍ତା ୨୦ ରୁ ୨୨ମାସ ମଧ୍ୟରେ ଶେଷ ହେବ।

ପୂର୍ବରୁ ଲେହ ଏବଂ ଥାଉସରେ ଏୟାରବେସ ରହିଛି। ଏହା ବ୍ୟତୀତ ସ୍ବତନ୍ତ୍ର ଅପରେଶନ ପରିବହନ ବିମାନ ଏବଂ ହେଲିକପ୍ଟର ଅପରେଶନ ପାଇଁ ୩ ଟି ଆଡଭାନ୍ସ ଲ୍ୟାଣ୍ଡିଂ ଗ୍ରାଉଣ୍ଡ ଅଛି, ଯେଉଁଥିରେ ନିଓମା, ଦୌଲତ ବେଗ ଓଲଡି, ଫୁକେ ଅନ୍ତର୍ଭୁକ୍ତ। ଗତ ତିନିବର୍ଷ ମଧ୍ୟରେ ଏଲଏସି ନିକଟରେ ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି କରିବାରେ ନିଓମା ଆଡଭାନ୍ସ ଲ୍ୟାଣ୍ଡିଂ ଗ୍ରାଉଣ୍ଡ ପ୍ରଭାବଶାଳୀ ପ୍ରମାଣିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri