ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କଶ୍ମୀର ରାଗ ଉପରେ ଭାରତର କଡ଼ା ଜବାବ

ନ୍ୟୁୟର୍କ,୨୪।୯: ମିଳିତ ଜାତିସଂଘର ସାଧାରଣ ସଭାରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ଶରିଫ କାଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ଭାରତ ସମେତ ଆମର ସମସ୍ତ ପଡ଼ୋଶୀ ଦେଶ ସହ ଶାନ୍ତି ଚାହୁଁଛୁ। ବର୍ତ୍ତମାନ ସମୟ ଆସିଛି ଭାରତ ବୁଝିବା ଉଚିତ ଯେ, ଦୁଇ ପଡ଼ୋଶୀ ଦେଶ ପରସ୍ପର ସହ ଯୋଡ଼ି ହୋଇଛନ୍ତି ବୋଲି ଶରିଫ କହିଛନ୍ତି। ତେବେ ଯୁଦ୍ଧ ଏକ ମାତ୍ର ବିକଳ୍ପ ନୁହେଁ ଶାନ୍ତିପୂର୍ଣ୍ଣ ଆଲୋଚନା କଶ୍ମୀର ବିବାଦର ସମାଧାନ ହୋଇପାରିବ। ଏଭଳି କହି ଶହବାଜ ଶରିଫ ପୁଣିଥରେ କଶ୍ମୀର ରାଗ ଓଗାଳିଥିବା ଜଣାପଡ଼ିଛି। ତେବେ ଶରିଫଙ୍କ ଏଭଳି ବୟାନର ଭାରତ କଡ଼ା ଜବାବ ଦେଇଛି। ମିଳିତ ଜାତିସଂଘରେ ଭାରତର ମିଶନର ପ୍ରଥମ ସଚିବ ତଥା କୂଟନୈତିଜ୍ଞ ମିଜିତୋ ଭିନିତୋ କହିଛନ୍ତି, ଭାରତ ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଏହି ମଞ୍ଚକୁ ଚୟନ କରିଥିବାରୁ ଏହା ଅତ୍ୟନ୍ତ ଦୁଃଖର ବିଷୟ। ନିଜ ଦେଶର କୁକର୍ମକୁ ଲୁଚାଇବା ଏବଂ ଭାରତ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଠିକ୍‌ ଦର୍ଶାଇବା ପାଇଁ ସେ ଏଭଳି କରିଛନ୍ତି ବୋଲି ମିଜିତୋ ଭିନିତୋ କହିଛନ୍ତି। ଭାରତ ବିରୋଧରେ ମିଥ୍ୟା ଅଭିଯୋଗ କରିବା ପୂର୍ବରୁ ପାକିସ୍ତାନକୁ ନିଜ କାର୍ଯ୍ୟ ବିଷୟରେ ମନେ ପକାଇ ଦେଇଛନ୍ତି ଭିନିତୋ। ଜମ୍ମୁ-କଶ୍ମୀର ଉପରେ ଦାବି କରିବା ପରିବର୍ତ୍ତେ ଇସ୍‌ଲାମାବାଦକୁ ସୀମାରେ ଆତଙ୍କବାଦ ବନ୍ଦ କରିବା ଉଚିତ। ପାକିସ୍ତାନରେ ହିନ୍ଦୁ, ଶିଖ ଏବଂ ଖ୍ରୀଷ୍ଟିଆନ ପରିବାରର ଯୁବତୀମାନଙ୍କୁ ବାଧ୍ୟତାମୂଳକ ଅପହରଣ, ବିବାହ ଏବଂ ‘ପାକିସ୍ତାନ ମଧ୍ୟରେ ଧର୍ମପରିବର୍ତ୍ତନ’ ଘଟଣା ବିଷୟରେ ମଧ୍ୟ ଭିନିତୋ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri