Posted inଜାତୀୟ

ଶେଖ ଶାହାଜହାଁଙ୍କୁ ହସ୍ତାନ୍ତର କରିବାକୁ ମନା କଲେ ମମତା ସରକାର, ଖାଲି ହାତରେ ଫେରିଲା ସିବିଆଇ ଟିମ୍‌

କୋଲକାତା,୬।୩: ପଶ୍ଚିମବଙ୍ଗ ସରକାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ନିଲମ୍ବିତ ଟିଏମ୍‌ସି ନେତା ଶେଖ ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ମନା କରି ଦେଇଛନ୍ତି। ଶାହଜାହାଁଙ୍କୁ ଗିରଫ କରିବା ଲାଗି ସିବିଆଇ ଅଧିକାରୀଙ୍କ ଏକ ଟିମ୍‌ ଭବାନୀ ଭବନରେ ପହଞ୍ଚିଥିଲା, ଯାହାକି ରାଜ୍ୟ ପୋଲିସ ମୁଖ୍ୟାଳୟ ଅଟେ। ହେଲେ କିନ୍ତୁ ସରକାର ତାଙ୍କୁ ହସ୍ତାନ୍ତର କରିବାକୁ ମନା କରିବାରୁ ଟିମ୍‌ ଖାଲି ହାତରେ ଫେରିଛି। ଏଥିସହ ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କ ଆଦେଶ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ତେଣୁ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ପୂର୍ବରୁ ରାଜ୍ୟ ସରକାର ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିପାରିବେ ନାହିଁ ବୋଲି କହିଛନ୍ତି।

କହିରଖୁଛୁ, ଜାନୁଆରୀ ୫ରେ ସନ୍ଦେଶଖାଲିରେ ଇଡି ଅଧିକାରୀଙ୍କୁ ଆକ୍ରମଣ କରିବା ଘଟଣାରେ ପୋଲିସ ଶାହଜାହାଁଙ୍କୁ ଗିରଫ କରିଥିଲା। ତାଙ୍କ ବିରୋଧରେ ଶତାଧିକ ମହିଳା ଯୌନ ନିର୍ଯାତନା ଦେବା ଓ ସେମାନଙ୍କ ଜମି ହଡ଼ପ ଅଭିଯୋଗ ଆଣିଥିଲେ। ସେ ୫୫ ଦିନ ଧରି ଫେରାର ରହିବା ପରେ ଗତ ବୁଧବାର ମଧ୍ୟରାତ୍ରରେ ତାଙ୍କୁ ଗିରଫ କରାଯାଇଥିଲା। ଏବେ ସେ ବେଙ୍ଗଲ ପୋଲିସର ସିଆଇଡି ହେପାଜତରେ ଅଛନ୍ତି। ଉକ୍ତ ମାମଲାର ତଦନ୍ତ ଦାୟିତ୍ୱ ହାଇକୋର୍ଟ ସିବିଆଇକୁ ଦେବା ସହ ଶାହଜାହାଁଙ୍କୁ ଦିନ ୪.୩୦ ସୁଦ୍ଧା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ହସ୍ତାନ୍ତର କରିବାକୁ କହିଥିଲେ। ତଥାପି ବେଙ୍ଗଲ ସରକାର କୋର୍ଟଙ୍କ ନିର୍ଦ୍ଦେଶକୁ ଖାତିର କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri