Posted inଜାତୀୟ

ଶେଖ ଶାହାଜହାଁଙ୍କୁ ହସ୍ତାନ୍ତର କରିବାକୁ ମନା କଲେ ମମତା ସରକାର, ଖାଲି ହାତରେ ଫେରିଲା ସିବିଆଇ ଟିମ୍‌

କୋଲକାତା,୬।୩: ପଶ୍ଚିମବଙ୍ଗ ସରକାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ନିଲମ୍ବିତ ଟିଏମ୍‌ସି ନେତା ଶେଖ ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ମନା କରି ଦେଇଛନ୍ତି। ଶାହଜାହାଁଙ୍କୁ ଗିରଫ କରିବା ଲାଗି ସିବିଆଇ ଅଧିକାରୀଙ୍କ ଏକ ଟିମ୍‌ ଭବାନୀ ଭବନରେ ପହଞ୍ଚିଥିଲା, ଯାହାକି ରାଜ୍ୟ ପୋଲିସ ମୁଖ୍ୟାଳୟ ଅଟେ। ହେଲେ କିନ୍ତୁ ସରକାର ତାଙ୍କୁ ହସ୍ତାନ୍ତର କରିବାକୁ ମନା କରିବାରୁ ଟିମ୍‌ ଖାଲି ହାତରେ ଫେରିଛି। ଏଥିସହ ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କ ଆଦେଶ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ତେଣୁ ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶ ପୂର୍ବରୁ ରାଜ୍ୟ ସରକାର ଶାହଜାହାଁଙ୍କୁ ସିବିଆଇକୁ ହସ୍ତାନ୍ତର କରିପାରିବେ ନାହିଁ ବୋଲି କହିଛନ୍ତି।

କହିରଖୁଛୁ, ଜାନୁଆରୀ ୫ରେ ସନ୍ଦେଶଖାଲିରେ ଇଡି ଅଧିକାରୀଙ୍କୁ ଆକ୍ରମଣ କରିବା ଘଟଣାରେ ପୋଲିସ ଶାହଜାହାଁଙ୍କୁ ଗିରଫ କରିଥିଲା। ତାଙ୍କ ବିରୋଧରେ ଶତାଧିକ ମହିଳା ଯୌନ ନିର୍ଯାତନା ଦେବା ଓ ସେମାନଙ୍କ ଜମି ହଡ଼ପ ଅଭିଯୋଗ ଆଣିଥିଲେ। ସେ ୫୫ ଦିନ ଧରି ଫେରାର ରହିବା ପରେ ଗତ ବୁଧବାର ମଧ୍ୟରାତ୍ରରେ ତାଙ୍କୁ ଗିରଫ କରାଯାଇଥିଲା। ଏବେ ସେ ବେଙ୍ଗଲ ପୋଲିସର ସିଆଇଡି ହେପାଜତରେ ଅଛନ୍ତି। ଉକ୍ତ ମାମଲାର ତଦନ୍ତ ଦାୟିତ୍ୱ ହାଇକୋର୍ଟ ସିବିଆଇକୁ ଦେବା ସହ ଶାହଜାହାଁଙ୍କୁ ଦିନ ୪.୩୦ ସୁଦ୍ଧା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାକୁ ହସ୍ତାନ୍ତର କରିବାକୁ କହିଥିଲେ। ତଥାପି ବେଙ୍ଗଲ ସରକାର କୋର୍ଟଙ୍କ ନିର୍ଦ୍ଦେଶକୁ ଖାତିର କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri